ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ଭେଟିଲେ ମହାକାଶଚାରୀ ଶୁଭାଂଶୁ ଶୁକ୍ଲା
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମହାକାଶଚାରୀ ଶୁଭାଂଶୁ ଶୁକ୍ଳାଙ୍କ ସହିତ କଥା ହୋଇଛନ୍ତି। ସାକ୍ଷାତ ସମୟରେ, ଦୁହେଁ ମହାକାଶରେ ଶ୍ରୀ ଶୁକ୍ଳାଙ୍କ ଅଭିଜ୍ଞତା, ବିଜ୍ଞାନ ଓ ପ୍ରଯୁକ୍ତିବିଦ୍ୟାରେ ଭାରତର ଅଗ୍ରଗତି ଏବଂ ଦେଶର ମହତ୍ୱାକାଂକ୍ଷୀ ମାନବ ମହାକାଶ ଉଡ଼ାଣ କାର୍ଯ୍ୟକ୍ରମ – ଗଗନଯାନ ସମେତ ବିଭିନ୍ନ ବିଷୟ ଉପରେ ଆଲୋଚନା କରିଥିଲେ। ଏକ୍ସରେ ଏକ ପୋଷ୍ଟରେ ଶ୍ରୀ ମୋଦୀ ଲେଖିଛନ୍ତି ଯେ “ଶୁଭାଂଶୁ ଶୁକ୍ଳାଙ୍କ ସହ ବହୁତ ଭଲ ଆଲୋଚନା ହୋଇଛି। ଆମେ ମହାକାଶରେ ତାଙ୍କର ଅଭିଜ୍ଞତା, ବିଜ୍ଞାନ ଓ ପ୍ରଯୁକ୍ତିବିଦ୍ୟାରେ ପ୍ରଗତି ଏବଂ ଭାରତର ମହତ୍ୱାକାଂକ୍ଷୀ ଗଗନଯାନ ମିଶନ ସମେତ ବିଭିନ୍ନ ବିଷୟ ଉପରେ ଆଲୋଚନା କରିଥିଲୁ।

ଭାରତ ତାଙ୍କ ସଫଳତା ପାଇଁ ଗର୍ବିତ।”ଶୁଭାଂଶୁ ଜୁଲାଇ ୧୫ରେ ଆକ୍ସିମ-୪ ମିସନ ସମାପ୍ତ କରି ଭୂପୃଷ୍ଠ ପ୍ରତ୍ୟାବର୍ତ୍ତନ କରିଥିଲେ । ଅନ୍ତର୍ଜାତୀୟ ମହାକାଶ କେନ୍ଦ୍ରରେ ନିଜର ୧୮ ଦିନିଆ ରହଣି କାଳରେ ସେ ପ୍ରାୟ ୬୦ଟି ଗବେଷଣା କରିଥିଲେ ।
