ସହରରେ ଯେଉଁ କ୍ଷତି ହୋଇଛି ଭରଣା କରିବେ ଅଟୋ ଚାଳକ
ମାଷ୍ଟରକ୍ୟାଣ୍ଟିନରେ ହିଂସା ପରେ ସହରରେ ଯେଉଁ କ୍ଷତି ହୋଇଛି ତାକୁ ଭରଣା କରିବେ ଅଟୋ ଚାଳକ । ଗୁଣ୍ଡାଗିରିରେ ସାମିଲ ଥିବା ଅଟୋ ଚାଳକମାନେ କରିଥିବା ବେଆଇନ ଅଟୋ ଷ୍ଟାଣ୍ଡ ଭଙ୍ଗାଯିବ । ଅରାଜକତାକୁ ପ୍ରଶ୍ରୟ ଦିଆଯିବ ନାହିଁ । ସେମାନେ ଆଇନକୁ ହାତକୁ ନେଇଛନ୍ତି । ସାଧାରଣ ଲୋକଙ୍କ ଉପରେ ଆକ୍ରମଣ କରିଛନ୍ତି । ସରକାରୀ ଗାଡି ଭାଙ୍ଗିଛନ୍ତି । ତାଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ନିଆଯିବ । ତାଙ୍କ ଲାଇସେନ୍ସ ରଦ୍ଦ କରାଯିବ । ସେମାନଙ୍କୁ କ୍ଷମା କରାଯିବ ନାହିଁ । ଏମିତି କି ଗୁଣ୍ଡାଗିରିରେ ସାମିଲ ଥିବା ଅଟୋ ଚାଳକ ମାନେ କରିଥିବା ବେଆଇନ ଅଟୋ ଷ୍ଟାଣ୍ଡ ଭଙ୍ଗାଯିବ । ଏନେଇ ସରକାର ବିଚାର କରୁଛନ୍ତି । ଯେଉଁ କ୍ଷତି ହୋଇଛି ଏହା ତାଙ୍କ ଠାରୁ ହିଁ ଆଦାୟ ହେବ । ସରକାର ସାଧାରଣ ଲୋକଙ୍କ ସୁରକ୍ଷା ଦେବା ଦାୟିତ୍ବ ବୋଲି ନଗର ଉନ୍ନୟନ ମନ୍ତ୍ରୀ କହିଛନ୍ତି ।
