ଶିଶୁ ସୁରକ୍ଷା ଆୟୋଗର ଅଧ୍ୟକ୍ଷା ହେଲେ ବବିତା ପାତ୍ର, ମହିଳା କମିସନ ଅଧ୍ୟକ୍ଷା ଭାବେ ସୋଭନା ମହାନ୍ତିଙ୍କୁ ଦାୟିତ୍ୱ
ସୋଭନା ମହାନ୍ତି ହେଲେ ମହିଳା କମିଶନ ଅଧ୍ୟକ୍ଷା। ନିଯୁକ୍ତି ନେଇ ମହିଳା ଓ ଶିଶୁ କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଜାରି ହୋଇଛି। ବାଲେଶ୍ବର ଜିଲ୍ଲା ରେମୁଣା ବ୍ଲକ କରଞ୍ଜିଆ ଗାଁର ସୋଭନା ମହାନ୍ତି ଏହି ପଦବିରେ ତିନି ବର୍ଷ ରହିବେ ବୋଲି ଏଥିରେ କୁହାଯାଇଛି। ନୂଆ ନିଯୁକ୍ତି ନେଇ ସୋଭନା ମହାନ୍ତି ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇଛନ୍ତି। ଶ୍ରୀମତୀ ମହାନ୍ତି କହିଛନ୍ତି, ପଦପାଇଁ ଆଶା କରି ନଥିଲି। କିନ୍ତୁ ଏହା ମିଳିଥିବାରୁ ଖୁସି ଅନୁଭବ କରୁଛି। ରାଜ୍ୟ ସରକାର ଯେଉଁ ଦାୟିତ୍ବ ଦେଇଛନ୍ତି, ତାକୁ ଠିକ୍ ଭାବେ ତୁଲାଇବି। ମହିଳାଙ୍କୁ ଠିକ ଭାବେ ନ୍ୟାୟ ଦେବାକୁ ଉଦ୍ୟମ କରିବି। ଆମ ସରକାରରେ ମହିଳାଙ୍କୁ ଉଚିତ ନ୍ୟାୟ ମିଳିବ। ମୁଁ ବାଲେଶ୍ବରର ଝିଅ, ନ୍ୟାୟ ପାଇଁ ସବୁବେଳେ ଲଢ଼ିବି। ନିଜ ଦଳ ହୁଅନ୍ତୁ ବା ଅନ୍ୟ କେଉଁ ଦଳର ହୁଅନ୍ତୁ ଦୋଷୀଙ୍କୁ ଛଡ଼ାଯିବ ନାହିଁ।
ବବିତା ପାତ୍ର ଶିଶୁ ସୁରକ୍ଷା ଆୟୋଗ ଅଧ୍ୟକ୍ଷା ଭାବେ ନିଯୁକ୍ତ ହୋଇଛନ୍ତି। ତାଙ୍କୁ ରାଜ୍ୟ ସରକାର ୩ ବର୍ଷ ପାଇଁ ନିଯୁକ୍ତି କରିଛନ୍ତି।ମହିଳା ଓ ଶିଶୁ କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଜାରି କରାଯାଇଛି। ଶିଶୁ ସୁରକ୍ଷା ଆୟୋଗରେ ସ୍ଥାନ ପାଇଲେ ଆଉ ୬ ସଦସ୍ୟ। ସେମାନେ ହେଳେ ସୁକେଶୀ ଓରାମ, କଳ୍ପନା ଲେଙ୍କା, ଚନ୍ଦନା ଦାସ ସଦସ୍ୟ ନିଯୁକ୍ତ ଭାବେ ନିଯୁକ୍ତ ହୋଇଛନ୍ତି।କସ୍ତୁରୀ ମିଶ୍ର, ମନସ୍ମିତା ଖୁଣ୍ଟିଆ, ସୁଜାତା ନାୟକ ସଦସ୍ୟ ଭାବେ ମଧ୍ୟ ନିଯୁକ୍ତ ହୋଇଛନ୍ତି।
