ପୁଣି ଚର୍ଚ୍ଚାରେ ବଳଙ୍ଗା ନାବାଳିକା ପୋଡି ମୃତ୍ୟୁ ଘଟଣା

ସୋସିଆଲ ମିଡିଆରେ ଭାଇରାଲ୍ ହେଉଛି ବଳଙ୍ଗା ପୀଡ଼ିତାଙ୍କ ବୟାନ

ପୁଣି ଚର୍ଚ୍ଚାରେ ବଳଙ୍ଗା ନାବାଳିକା ପୋଡି ମୃତ୍ୟୁ ଘଟଣା । ମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ପୀଡିତାଙ୍କ ବୟାନ ରେକର୍ଡର ଭିଡିଓ ଏବେ ସୋସିଆଲ ମିଡ଼ିଆ ଭାଇରଲ ହେଉଛି । କିଏ ଓ କାହିଁକି ଏମିତି ଭିଡିଓ ଭାଇରାଲ କରିଛି ତାହା ଏବେ ବି ଅସ୍ପଷ୍ଟ ରହିଛି ।  ଭିଡିଓଟି ତଦନ୍ତ ସମୟର ବୋଲି ଜଣାପଡୁଛି ।  ଏଥିରେ ଜଣେ ମହିଳା ଅଧିକାରୀ ପୀଡ଼ିତାଙ୍କଠାରୁ ବୟାନ ରେକର୍ଡ କରୁଛନ୍ତି । ସେ ପୀଡ଼ିତାଙ୍କୁ ବିଭିନ୍ନ ପ୍ରଶ୍ନ କରୁଛନ୍ତି , ଯେଉଁଠି କେବଳ ସ୍ବୀକୃତିପ୍ରାପ୍ତ ପୋଲିସ ଅଧିକାରୀଙ୍କୁ ସୁଯୋଗ ମିଳିଥିଲା । ହସ୍ପିଟାଲ କର୍ମଚାରୀଙ୍କୁ ମଧ୍ୟ ସେଠାରେ ରଖାଯାଇନଥିଲା ।  ତେବେ ଏହି ଭିଡିଓ ସୋସିଆଲ ମିଡ଼ିଆରେ ଆସିବା କଥା ନୁହେଁ କେମିତି ଆସିଲା ତାକୁ ନେଇ ଏବେ ଉଠିଛି ବଡ଼ ପ୍ରଶ୍ନ । ଏହା ଏକ ସମ୍ବେଦନଶୀଳ ଘଟଣା । ଏହା କୌଣସି ପରିସ୍ଥିତିରେ ବାହାରକୁ ଆସିବା କଥା ନୁହଁ ।  କିଏ ଏହାକୁ ସର୍ବସାଧାରଣ କରିଛି ? ତାକୁ ନେଇ ପ୍ରଶ୍ନ ଉଠିଛି ।ସୂଚନା ଅନୁସାରେ ଜୁଲାଇ ୧୯ ତାରିଖ ଦିନ ପୀଡ଼ିତା ସକାଳୁ ସାଙ୍ଗ ଘରକୁ ଯାଉଥିଲେ । ବାଟରେ ନାବାଳିକାକୁ ଉଠାଇନେଇଥିଲେ ୩ ଦୁର୍ବୃତ୍ତ ।  ମୁହଁରେ କପଡ଼ା ବାନ୍ଧି ଭାର୍ଗବୀ ନଦୀ ପଠାକୁ ନେଇଯାଇଥିଲେ । ପେଟ୍ରୋଲ ଢାଳି ନିଆଁ ଲଗାଇ ଜାଳିଦେଇଥିଲେ ।   ଏହା ପରେ ତୁରନ୍ତ ନାବାଳିକା ଘରେ ଖବର ଦିଆଯାଇଥିଲା ।  ପିପିଲି ମେଡିକାଲରେ ଦିଆଯାଇଥିଲା ପ୍ରାଥମିକ ଚିକିତ୍ସା  ।  ପରେ ପୀଡ଼ିତାଙ୍କୁ ଏମ୍ସ ସ୍ଥାନାନ୍ତର କରାଯାଇଥିଲା । ଶେଷରେ ସେଠାରେ ତାଙ୍କର ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ।