ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ବନକଲାଗି ନୀତି

ବନକଲାଗି ନୀତି, ୪ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ

ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ବନକଲାଗି ନୀତି । ଦ୍ଵିତୀୟ ଭୋଗମଣ୍ଡପ ଉଠିବା ପରେ ଦତ୍ତମହାପାତ୍ର ସେବାୟତ ମାନେ ଶ୍ରୀମନ୍ଦିର ଗର୍ଭଗୃହକୁ ପ୍ରବେଶ କରିବା ସହ ମହାପ୍ରଭଙ୍କର ଶ୍ରୀମୁଖ ଶୃଙ୍ଗାର କରିବେ । ପ୍ରାକୃତିକ ପ୍ରଣାଳୀରେ ପ୍ରସ୍ତୁତ ପ୍ରସାଧାନରେ ଶ୍ରୀବିଗ୍ରହମାନଙ୍କ ଶ୍ରୀମୁଖକୁ ଶୃଙ୍ଗାର କରାଯିବ । ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଯୋଗାଇ ଦିଆଯାଇଥିବା ପାରମ୍ପରିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର ହେବ । ଏହା ଏକ ଗୁପ୍ତ ନୀତି ହୋଇଥିବାରୁ ସନ୍ଧ୍ୟା ୫ ଟାରୁ ରାତି ୯ ଟା ପର୍ୟ୍ୟନ୍ତ ଚାରିଘଣ୍ଟା ଦର୍ଶନ ବନ୍ଦ ରହିବ । ବନକଲାଗି ନୀତି ପରେ ଠାକୁରଙ୍କୁ ମହାସ୍ନାନ କରାଯାଇ ପୁନର୍ବାର ଦର୍ଶନ ଆରମ୍ଭ ହେବ ।

Leave a Reply

Your email address will not be published. Required fields are marked *