୫ଘଣ୍ଟା ବନ୍ଦ ରହିବ ଶ୍ରୀଜିଉଙ୍କ ଦର୍ଶନ
ଆଜି ଶ୍ରୀମନ୍ଦିରରେ ବନକଲାଗି ନୀତି। ୫ଘଣ୍ଟା ବନ୍ଦ ରହିବ ଶ୍ରୀଜିଉଙ୍କ ଦର୍ଶନ । ସନ୍ଧ୍ୟା ୫ଟାରୁ ରାତି ୧୦ଟା ଯାଏଁ ସାଧାରଣ ଦର୍ଶନ ବନ୍ଦ ରହିବ ନେଇ ମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି । ଦ୍ବିତୀୟ ଭୋଗ ମଣ୍ଡପ ପରେ ଶ୍ରୀଜିଉ ମାନଙ୍କର ବନକଲାଗି କରାଯିବ । ଶ୍ରୀଜୀଉ ମାନଙ୍କର ମୁଖଶ୍ରୀର ପ୍ରସାଧନ ବା ବନକଲାଗି ପ୍ରତିମାସରେ ହାରାହାରି ଦୁଇଥର ହୋଇଥାଏ । ବନକ ଲାଗି ରୀତି ‘ଦତ୍ତ ମହାପାତ୍ର’ ଗୋଷ୍ଠୀର ସେବକମାନଙ୍କଦ୍ୱାରା କରାଯାଇଥାଏ । ନିୟମ ଅନୁଯାୟୀ ବୁଧବାର ଦିନ ବନକ ଲାଗି ହୋଇଥାଏ । ଦିପ୍ରହର ଧୂପ ସରିବାପରେ ମନ୍ଦିରର ସମସ୍ତ ଦରଜା ବନ୍ଦ କରାଯାଇ ଏହି ନୀତି କରାଯାଇଥାଏ ।
