ଶ୍ରୀମନ୍ଦିରରେ ଆଜି ବନକଲାଗି ନୀତି

ଶ୍ରୀମନ୍ଦିରରେ ୪ଘଣ୍ଟା ସାଧାରଣ ଦର୍ଶନ ବନ୍ଦ

ଶ୍ରୀମନ୍ଦିରରେ ଆଜି ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ପୌଷ କୃଷ୍ଣ ସପ୍ତମୀ ତିଥୀରେ ଶ୍ରୀବିଗ୍ରହଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ଶ୍ରୀଜିଉଙ୍କ ଶ୍ରୀମୁଖ ଶୃଙ୍ଗାର ହେବ । ଶ୍ରୀମନ୍ଦିରରେ ଦ୍ୱିତୀୟ ଭୋଗମଣ୍ଡପ ଶେଷ ହେବା ପରେ ଅପରାହ୍ନ ୪ଟାରୁ ନୀତି ଅନୁଷ୍ଠିତ ହେବ । ରାତି ୮ଟାରେ ବନକଲାଗି ନୀତି ଶେଷ ହେବ । ଏଣୁ ଅପରାହ୍ନ ୪ଟାରୁ ରାତି ୮ଟା ପର୍ୟ୍ୟନ୍ତ ଶ୍ରୀମନ୍ଦିରରେ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ।