ମହାପ୍ରଭୁଙ୍କ ବନକଲାଗି ନୀତି

ମହାପ୍ରଭୁଙ୍କ ବନକଲାଗି ନୀତି, ୪ଘଣ୍ଟା ଦର୍ଶନ ବନ୍ଦ

ଆଜି ମହାପ୍ରଭୁଙ୍କ ବନକଲାଗି ନୀତି । ଚୈତ୍ର ଶୁକ୍ଳ ପକ୍ଷ ଦ୍ୱିତୀୟା ତିଥିରେ ମହାପ୍ରଭୁଙ୍କ ବନକ ଲାଗି ନୀତି ଅନୁଷ୍ଠିତ ହୁଏ । ସନ୍ଧ୍ୟା ୬ରୁ ରାତି ୧୦ଟା ଯାଏଁ ସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପକ୍ଷରୁ ସୂଚନା ଦିଆଯାଇଛି । ଏହା ମହାପ୍ରଭୁଙ୍କ ଏକ ଗୁପ୍ତନୀତି ହୋଇଥିବାରୁ ପ୍ରଭୁଙ୍କ ମୁଖ ଶୃଙ୍ଗାର କରାଯାଏ । ଏହି ନୀତି ପାଇଁ ଜୟା ବିଜୟ ଦ୍ୱାର ବନ୍ଦ ରହିବା ସହ ଦ୍ୱିପହର ଧୂପ ସରିବା ପରେ ଦତ୍ତମହାପାତ୍ର ସେବକମାନେ ମହାପ୍ରଭୁଙ୍କ ମୁଖ ଶୃଙ୍ଗାର କରିଥାନ୍ତି । ଶ୍ରୀମୁଖ ଶୃଙ୍ଗାର ପାଇଁ ହିଙ୍ଗୁଳ ,ହରିତାଳ ,କସ୍ତୁରୀ ଇତ୍ୟାଦି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଯୋଗାଇଦିଆଯାଏ । ଆଜି ସନ୍ଧ୍ୟା ୬ରୁ ରାତି ୧୦ ଯାଏଁ ବନ୍ଦ ରହିଥିବାରୁ ଏହି ୪ ଘଣ୍ଟା ଭକ୍ତ ମାନେ ମହାପ୍ରଭୁଙ୍କୁ ଦର୍ଶନ କରିପାରିବେ ନାହିଁ ।