୪ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ
ଶ୍ରୀମନ୍ଦିରରେ ଆଜି ଶ୍ରୀବିଗ୍ରହଙ୍କ ବନକଲାଗି ନୀତି । ଆଜି ୪ ଘଣ୍ଟା ବନ୍ଦ ରହିବ ଜଗା ଦର୍ଶନ । ଦ୍ବିତୀୟ ଭୋଗମଣ୍ଡପ ଶେଷ ହେବା ପରେ ବନକଲାଗି ନୀତି ଆରମ୍ଭ ହେବ । ଏହା ଗୁପ୍ତନୀତି ହୋଇଥିବାରୁ ଏହି ସମୟରେ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ସନ୍ଧ୍ୟା ୬ଟାରୁ ରାତି ୧୦ଟା ଯାଏଁ ବନ୍ଦ ରହିବ ସର୍ବସାଧାରଣ ଦର୍ଶନ । ଶ୍ରୀମନ୍ଦିରରେ ମଧ୍ୟାହ୍ନ ଧୂପ ସରିବା ପରେ ଦତ୍ତମହାପାତ୍ର ସେବକ ମାନେ ମହାପ୍ରଭୁଙ୍କର ବନକଲାଗି ନୀତି ସଂପନ୍ନ କରିବେ । ବନକଲାଗି ନୀତି ଅତ୍ୟନ୍ତ ଗୁପ୍ତ ନୀତି ହୋଇଥିବାରୁ ଏହି ସମୟରେ ଚତୁର୍ଦ୍ଧା ମୂରତିଙ୍କ ସାଧାରଣ ଦର୍ଶନ ବନ୍ଦ ରହିବ। କିନ୍ତୁ ପାର୍ଶ୍ଵ ଦେବାଦେବୀଙ୍କୁ ଦର୍ଶନର ସୌଭାଗ୍ୟ ପାଇବେ ଭକ୍ତ ଶ୍ରଦ୍ଧାଳୁ। ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ।
