ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି
ଆଜି ବୁଧବାର ଫାଲଗୁନ ଶୁକ୍ଳ ଷଷ୍ଠୀ ତିଥି । ଏହି ଅବସରରେ ଶ୍ରୀମନ୍ଦିରରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ଏଣୁ ୫ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ସଂଧ୍ୟା ୫ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ବନକଲାଗି ନୀତି ଅନୁଷ୍ଠିତ ହେବ। ଏହି ସମୟରେ ମହାପ୍ରଭୁଙ୍କ ଦର୍ଶନ ବନ୍ଦ ରହିବ । ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଏନେଇ ସୂଚନା ଦିଆଯାଇଛି । ଏହା ଏକ ଗୁପ୍ତ ନୀତି ହୋଇଥିବାରୁ ଏହି ନୀତି ସମ୍ପାଦନ ବେଳେ ଶ୍ରୀଜିଉଙ୍କ ଦର୍ଶନ ବନ୍ଦ ରହିଥାଏ । ବନକଲାଗି ନୀତିରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର ହୋଇଥାଏ । ରାତି ୧୦ଟା ପରେ ସର୍ବସାଧାରଣ ଦର୍ଶନ ସ୍ବାଭାବିକ ହେବ ବୋଲି ଶ୍ରୀମନ୍ଦିର ପ୍ରଶାସନ କହିଛି। ଅପରପକ୍ଷେ ବନକଲାଗି ପାଇଁ ରତ୍ନଭଣ୍ଡାର ମରାମତି ବନ୍ଦ ରଖାଯାଇଛି। ମାର୍ଚ୍ଚ ୫ ଓ ୬ ତାରିଖ ଦୁଇ ଦିନ ପାଇଁ ରତ୍ନଭଣ୍ଡାର ସଂରକ୍ଷଣ ଓ ମରାମତି କାର୍ଯ୍ୟ ବନ୍ଦ ରହି ବୋଲି ଶ୍ରୀମନ୍ଦିର ପ୍ରଶାସନ କହିଛି।
