ଆଜି ମହାପ୍ରଭୁଙ୍କ ବନକଲାଗି ନୀତି

୪ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ

ଆଜି ମହାପ୍ରଭୁଙ୍କ ବନକଲାଗି ନୀତି। ୪ ଘଣ୍ଟା ବନ୍ଦ ରହିବ ଶ୍ରୀଜିଉଙ୍କ ଦର୍ଶନ । ବନକଲାଗି ନୀତି ପାଇଁ ବନ୍ଦ ରହିବ ସାଧାରଣ ଦର୍ଶନ । ସନ୍ଧ୍ୟା ୬ଟାରୁ ରାତି ୧୦ଟା ଯାଏଁ ଦର୍ଶନ ବନ୍ଦ। ପ୍ରତିମାସରେ ହାରାହାରି ଦୁଇଥର ଶ୍ରୀଜୀଉଙ୍କର ମୁଖଶ୍ରୀର ପ୍ରସାଧନ ବା ବନକ ଲାଗି ନୀତି ଅନୁଷ୍ଠିତ ହୋଇଥାଏ। ଏହି ବନକ ଲାଗି କାର୍ଯ୍ୟକ୍ରମ ପାଇଁ ରୀତିନୀତି ‘ଦତ୍ତ ମହାପାତ୍ର’ ଗୋଷ୍ଠୀର ସେବକମାନେ କରିଥାନ୍ତି। ନିୟମ ଅନୁଯାୟୀ ବୁଧବାର ଦିନ ବନକ ଲାଗି ଅନୁଷ୍ଠିତ ହୋଇଥାଏ । ଦି’ପ୍ରହର ଧୂପ ଦାନ ସରିବାପରେ ମନ୍ଦିରର ସମସ୍ତ ଦରଜା ବନ୍ଦ ହୋଇଥାଏ । ଏହାପରେ ଏହି ଗୁପ୍ତ ନୀତି କରାଯାଇଥାଏ ।