ଆସନ୍ତାକାଲି ବନକଲାଗି ନୀତି
ଆସନ୍ତାକଲି ଶ୍ରାବଣ ଶୁକ୍ଳ ଷଷ୍ଠୀ ତିଥି । ଏହି ତିଥିରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ଏଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ସନ୍ଧ୍ୟା ୬ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ।ପରମ୍ପରା ଅନୁଯାୟୀ ଦ୍ବିତୀୟ ଭୋଗମଣ୍ଡପ ନୀତି ପରେ ଭିତରୁ ଜୟବିଜୟ ଦ୍ବାର ବନ୍ଦ କରାଯିବ । ଦତ୍ତ ମହାପାତ୍ର ସେବକ ବିଭିନ୍ନ ପ୍ରାକୃତିକ ରଙ୍ଗ ସହ ଭିତରେ ପ୍ରବେଶ କରିବେ । ରତ୍ନ ସିଂହାସନ ଉପରକୁ ଯାଇ ସେମାନେ ପ୍ରଭୁ ଶ୍ରୀବଳଭଦ୍ର, ଶ୍ରୀଜଗନ୍ନାଥ, ଦେବୀ ସୁଭଦ୍ରା ଏବଂ ଚକ୍ରରାଜ ଶ୍ରୀସୁଦର୍ଶନଙ୍କ ଶ୍ରୀମୁଖ ସିଂହାର କରିବେ ।ଏହି ନୀତି ଶେଷ ହେବା ପରେ ମହାପ୍ରଭୁଙ୍କୁ ମହାସ୍ନାନ, ବେଶ, ସନ୍ଧ୍ୟା ଆଳତି, ସନ୍ଧ୍ୟା ଧୂପ, ଚନ୍ଦନଲାଗି, ବଡ଼ସିଂହାର ବେଶ, ବଡ଼ସିଂହାର ଭୋଗ ଏବଂ ରାତ୍ର ପହୁଡ଼ କରାଯିବ । ବନକଲାଗି ସମୟରେ ଭକ୍ତମାନେ ଶ୍ରୀମନ୍ଦିରକୁ ଯାଇ ଅନ୍ୟ ଦେବଦେବୀଙ୍କୁ ଦର୍ଶନ କରିପାରିବେ।
