ଆମ୍ବେଦକର ଟର୍ମିନାଲ ନାଁରେ ନାମିତ ହେବ ବରମୁଣ୍ଡା ବସଷ୍ଟାଣ୍ଡ
ବାବାସାହେବ ଆମ୍ବେଦକରଙ୍କ ନାଁରେ ନାମିତ ହେବ ବରମୁଣ୍ଡା ବସଷ୍ଟାଣ୍ଡ । ଆମ୍ବେଦକରଙ୍କ ଜୀବନୀ ଓ ଆଦର୍ଶକୁ କରାଯିବ ଉପସ୍ଥାପିତ । ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ , ଡକ୍ଟର ଆମ୍ବେଦକର ଜଣ ଦୂରଦର୍ଶୀ ନେତା ସମର୍ପିତ ସମାଜ ସଂସ୍କାରକ ଥିଲେ । ସମାଜର ଦଳିତ ନିଷ୍ପେସିତଙ୍କ ପାଇଁ ସେ ଥିଲେ ଆଶାର ଆଲୋକ । ଏକ ନ୍ୟାୟ ପୂର୍ଣ ସମାଜ ଗଠନ ପାଇଁ ସେ ସାରା ଜୀବନ କାମ କରିଛନ୍ତି । ଦେଶ ଗଠନରେ ତାଙ୍କର ମହାନ୍ ଅବଦାନ ଓ ଆଦର୍ଶ ବିଷୟରେ ଜନସାଧାରଣଙ୍କୁ ସଚେତନ କରିବା ପାଇଁ ଡକ୍ଟର ବାବାସାହେବ ଆମ୍ବେଦକର ବସଷ୍ଟାଣ୍ଡରେ ୯୦୦ ବର୍ଗ ଫୁଟ ଅଞ୍ଚଳରେ ଏକ ସ୍ଵତନ୍ତ୍ର ଗ୍ୟାଲେରୀ ନିର୍ମାଣ କରାଯିବ । ଡିଜିଟାଲ ଜ୍ଞାନକୌଶଳ ବ୍ୟବହାର ଜରିଆରେ ଡକ୍ଟର ଆମ୍ବେଦକରଙ୍କ ଜୀବନୀ ଓ ଆଦର୍ଶକୁ ଏଠାରେ ସୁନ୍ଦର ଭାବରେ ଉପସ୍ଥାପିତ କରାଯିବ । ଭାରତୀୟ ସମ୍ବିଧାନର ଏକ ନକଲ ସହିତ ବାବା ସାହେବ ଦ୍ଵାରା ବ୍ୟବହୃତ ବିଭିନ୍ନ ଜିନିଷ ମଧ୍ୟ ଏଠାରେ ପ୍ରଦର୍ଶିତ ହେବ । ୧୫.୫ ଏକର ପରିମିତ ଜମିରେ ନିର୍ମିତ ଏହି ବସଷ୍ଟାଣ୍ଡ ଦୈନିକ ତିରିଶ ହଜାର ଯାତ୍ରୀଙ୍କ ପରିବହନର ମୁଖ୍ୟ ମାଧ୍ୟମ ହେବ । ଏହାକୁ ଦୃଷ୍ଟିରେ ରଖି ଏଠାରେ ଯାତ୍ରୀମାନଙ୍କ ପାଇଁ ବିଭିନ୍ନ ସୁବିଧା ସୁଯୋଗର ବିକାଶ କରାଯିବା ସହ ନିରାପତ୍ତା ପ୍ରତି ମଧ୍ୟ ସ୍ଵତନ୍ତ୍ର ଧ୍ୟାନ ଦିଆଯାଇଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।