କ୍ଷମାପ୍ରାର୍ଥନା କଲେ ବ୍ରହ୍ମପୁର ଏସପି

ହାଇକୋର୍ଟରେ ନିଃସର୍ତ୍ତ କ୍ଷମାପ୍ରାର୍ଥନା କରିଲେ ବ୍ରହ୍ମପୁର ଏସପି

ପୀତବାସ ପଣ୍ଡାଙ୍କ ହତ୍ୟା ମାମଲାରେ ବିବାଦୀୟ ବୟାନ୍ ଦେବା ପ୍ରସଙ୍ଗରେ ଅବଶେଷରେ ହାଇକୋର୍ଟରେ ନିଃସର୍ତ୍ତ କ୍ଷମାପ୍ରାର୍ଥନା କରିଛନ୍ତି ବ୍ରହ୍ମପୁର ଏସପି ଡାକ୍ତର ଶରବଣା ବିବେକ। ଏହାପରେ ତାଙ୍କ ବିରୁଦ୍ଧରେ ଅଦାଲତ ମାମଲା ନ ଚଳାଇବାକୁ ଓଡ଼ିଶା ଉଚ୍ଚ ନ୍ୟାୟାଳୟ ନିର୍ଦ୍ଦେଶ ଦେଇଛନ୍ତି। ସୂଚନାଯୋଗ୍ୟ, ରାଜ୍ୟ ଆଇନଜୀବୀ ପରିଷଦ ସଦସ୍ୟ ତଥା ବରିଷ୍ଠ ବିଜେପି ନେତା ପୀତବାସ ପଣ୍ଡାଙ୍କ ହତ୍ୟା ମାମଲାରେ ଏସପି ଗଣମାଧ୍ୟମରେ ଦେଇଥିବା ବୟାନରେ ହାଇକୋର୍ଟରେ ବିଚାରାଧୀନ ବ୍ରହ୍ମପୁର ବିଧାନସଭା ଆସନ ସଂପର୍କିତ ନିର୍ବାଚନୀ ମୋକଦ୍ଦମା ସଂକ୍ରାନ୍ତରେ ଦେଇଥିବା ଟିପ୍ପଣୀ ପାଇଁ ଏଭଳି ପରିସ୍ଥିତି ସୃଷ୍ଟି ହୋଇଥିଲା। ହାଇକୋର୍ଟ ଏହି ପ୍ରସଂଗକୁୁ ଗୁରୁତ୍ବର ସହିତ ଗ୍ରହଣ କରିବା ସହିତ ବ୍ରହ୍ମପୁର ଏସପିଙ୍କ ନିକଟରୁ ସ୍ପଷ୍ଟୀକରଣ ଲୋଡ଼ିଥିଲେ। କେଉଁ ପରିସ୍ଥିତିିରେ ଓ କେଉଁ କାରଣରୁ ଏସପି ଏପରି ବ୍ୟକ୍ତିବ୍ୟ ଦେଇଥିଲେ ସେ ନେଇ ସ୍ପଷ୍ଟୀକରଣ ରଖିବାକୁ ନିର୍ଦ୍ଦେଶ ଦିଆଯାଇଥିଲା।

Leave a Reply

Your email address will not be published. Required fields are marked *