ତିନି ମାସ ପରେ ଖୋଲିଲା ଭିତରକନିକା

୩ ମାସ ପରେ ଆଜିଠୁ ଖୋଲିଲା ଭିତରକନିକା ଜାତୀୟ ଉଦ୍ୟାନ

ତିନି ମାସ ପରେ ଆଜିଠୁ ପର୍ଯ୍ୟଟକଙ୍କ ପାଇଁ ଖୋଲୁଛି ଭିତରକନିକା ଜାତୀୟ ଉଦ୍ୟାନ। ବିରଳ ବଉଳା କୁମ୍ଭୀରଙ୍କ ପ୍ରଜନନ ଋତୁ କାରଣରୁ ଭିତରକନିକାକୁ ବନ୍ଦ ରଖାଯାଇଥିଲା । ପର୍ଯ୍ୟଟକମାନଙ୍କୁ ନିଆରା ଅନୁଭୂତି ଦେବାପାଇଁ ଚଳିତବର୍ଷ ଡାଙ୍ଗମାଳ ଠାରେ ୧୫ ଫୁଟ ଉଚ୍ଚରେ ବନ ବିଭାଗ କରିଛି ସ୍କାଏ ୱାକ୍ । ଏହାର ଲମ୍ବ ୬୦୦ ମିଟର ରହିଛି। ଏହା ଉପର ଦେଇ ଯିବା ବେଳେ ପର୍ଯ୍ୟଟକମାନେ ପ୍ରାକୃତିକ ପରିବେଶକୁ ମନଭରି ଉପଭୋଗ କରିବା ସହ ଜାତିଜାତିକା ପକ୍ଷୀ, ହରିଣ ଓ ସରୀସୃପମାନଙ୍କୁ ଦେଖିବାକୁ ପାଇବେ।