ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର

ଅଗଷ୍ଟ ୧ରୁ ଖୋଲିବ ଭିତରକନିକା ଜାତୀୟ ଉଦ୍ୟାନ

ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର । ଅଗଷ୍ଟ ୧ ତାରିଖରୁ ପର୍ଯ୍ୟଟକ ମାନଙ୍କ ପାଇଁ ଖୋଲିବ ଭିତରକନିକା ଜାତୀୟ ଉଦ୍ୟାନ । ଦୀର୍ଘ ୩ ମାସ ଧରି ବନ୍ଦ ରହିବା ପରେ ଭିତରକନିକା ଖୋଲୁଥିବାରୁ ପର୍ଯ୍ୟଟକ ବେଶ ଉତ୍ସାହିତ । ପର୍ଯ୍ୟଟକଙ୍କୁ ସ୍ବାଗତ କରିବା ପାଇଁ ବନବିଭାଗର ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ । କୁମ୍ଭୀର ପ୍ରଜନନ ପାଇଁ ଭିତରକନିକା ଜାତୀୟ ଉଦ୍ୟାନ ମେ ୧ ତାରିଖରୁ ଜୁଲାଇ ୩୧ ତାରିଖ ପର୍ୟ୍ଯନ୍ତ ୩ ମାସ ଧରି ବନ୍ଦ ରହିଛି । ଜାତୀୟ ଉଦ୍ୟାନରେ ପର୍ଯ୍ୟଟକମାନେ ପ୍ରକୃତିର ମନୋରମ ଦୃଶ୍ୟ ଉପଭୋଗ କରିବା ସହିତ ଧଳା କୁମ୍ଭୀର ଗୋରୀ, ମଲ୍ଲୀ,ଶ୍ଵେତା , ଦେଶୀୟ ପକ୍ଷୀ, ନଦୀରେ ନୈାବିହାର ଓ ସ୍କାଏ ଓ୍ଵାକ୍ ରେ ଜଙ୍ଗଲ ଉପରେ ଚାଲିଚାଲି ସୌନ୍ଦର୍ଯ୍ୟକୁ ଉପଭୋଗ କରିପାରିବେ ।