ଭୁବନେଶ୍ବରରେ ନିର୍ମାଣ ହେବ ନୂଆ ଟର୍ମିନାଲ
ଭୁବନେଶ୍ବର ବିମାନ ବନ୍ଦରରେ ନିର୍ମାଣ ହେବ ନୂଆ ଟର୍ମିନାଲ । ଏନେଇ ସୂଚନା ଦେଇଛନ୍ତି କେନ୍ଦ୍ର ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ କେ. ରାମମୋହନ ନାଇଡୁ । ସେ କହିଛନ୍ତି ଏବେ ଦେଶର ୨୦ଟି ସହର ସହ ବିଦେଶର ୪ଟି ସ୍ଥାନକୁ ଭୁବନେଶ୍ବର ଏୟାରପୋର୍ଟ ସଂଯୋଗ କରୁଛି । ଡବଲ ଇଞ୍ଜିନ ସରକାରରେ ବେସାମରିକ ବିମାନ ଚଳାଚଳ କ୍ଷେତ୍ର ବ୍ୟାପକ ହେବ । ଭୁବନେଶ୍ବରରେ ଏବେ ଯେଉଁ ଟର୍ମିନାଲ ଅଛି ସେଥିରେ ୪୦ ରୁ ୫୦ ଲକ୍ଷ କ୍ଷମତା ରହିଛି । ଆସନ୍ତା ବର୍ଷେ ମଧ୍ୟରେ ଏହାକୁ ୮୦ ଲକ୍ଷ କରାଯିବ । ପୁରୁଣା ଟର୍ମିନାଲ ପାଖରେ ନୂଆ ଟର୍ମିନାଲ ନିର୍ମାଣ ହେବ । ଦୁଇ ବର୍ଷ ମଧ୍ୟରେ ନୂଆ ଟର୍ମିନାଲ ନିର୍ମାଣ ହେବାକୁ ଯୋଜନା କରାଯାଇଛି ବୋଲି ମନ୍ତ୍ରୀ କହିଛନ୍ତି।
