ଆଜିଠୁ ବନ୍ଦ ମାର୍କେଟ ବିଲ୍ଡିଂ

ଦାବି ପୂରଣ ନହେବା ଯାଏଁ ମାର୍କେଟ ବିଲ୍ଡିଂ ବନ୍ଦ

ପ୍ରଶାସନ ଆଗରେ ରଖିଥିଲେ ଦାବି । କିନ୍ତୁ ଶୁଣିଲେନି ବିଏମସି କର୍ତ୍ତୃପକ୍ଷ । ତେଣୁ ଆଜିଠୁ ଅନିର୍ଦ୍ଦିଷ୍ଟ କାଳ ଯାଏଁ ବନ୍ଦ ରହିବ ଭୁବେଶ୍ବର ମାର୍କେଟ ବିଲ୍ଡିଂ । ଧାରଣାରେ ୧୬୫ ବ୍ୟବସାୟୀ । ଭୁବନେଶ୍ୱରର ସବୁଠୁ ଜନଗହଳିପୂର୍ଣ୍ଣ ମାର୍କେଟ ବିଲ୍ଡିଂ ବନ୍ଦ ରଖିବାକୁ ନିଷ୍ପତ୍ତି ନେଇଛି ସେଣ୍ଟ୍ରାଲ ମାର୍କେଟ ବ୍ୟବସାୟୀ ସଂଘ । ମାର୍କେଟ ବିଲ୍ଡିଂ ପରିସରରେ ଥିବା ସ୍ଥାୟୀ ଓ ଅସ୍ଥାୟୀ ବିବାଦର ସମାଧାନ ହୋଇପାରିନାହିଁ । ସମସ୍ୟାର ସମାଧାନ ଲାଗି ସେଣ୍ଟ୍ରାଲ ମାର୍କେଟ ବ୍ୟବସାୟୀ ସଂଘ ପକ୍ଷରୁ ବିଏମସିକୁ ତିନି ଦିନ ସମୟ ଦିଆଯାଇଥିଲା । ପ୍ରତିଶ୍ରୁତି ମୁତାବକ, ଉଠାଦୋକାନୀଙ୍କୁ ବିଏମସି ଉଠାଇ ପାରିନଥିବାରୁ ଆଜିଠୁ ମାର୍କେଟ ବିଲ୍ଡିଂ ବନ୍ଦ ରଖିଛି ବ୍ୟବସାୟୀ ସଂଘ । ସମସ୍ୟାର ସମାଧାନ ନହେବା ପର୍ଯ୍ୟନ୍ତ ମାର୍କେଟ ବନ୍ଦ ରହିବ ବୋଲି ସଂଘ ପକ୍ଷରୁ କୁହାଯାଇଛି ।