ଆଜିଠୁ ବଡ ବର୍ଷା !

୧୯ତାରିଖ ଯାଏଁ ବର୍ଷାରୁ ନିସ୍ତାର ନାହିଁ !

ଧୀରେଧୀରେ ବଦଲୁଛି ପାଣିପାଗ । ରାଜ୍ୟରେ ସକ୍ରିୟ ହେଉଛି ଲଘୁଚାପ । ଆଗାମୀ ୧୨ଘଣ୍ଟା ମଧ୍ୟରେ ସୃଷ୍ଟି ହେବ ଲଘୁଚାପ କ୍ଷେତ୍ର । ଉତ୍ତର-ପୂର୍ବ ତଥା ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗରରେ ସକ୍ରିୟ ରହିଛି  ଘୂର୍ଣ୍ଣିବଳୟ । ଯେଉଁଥିପାଇଁ ଆଜି ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଥିବା ଦେଖିବାକ ମିଳିଛି । ଏହି ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଆଗାମୀ ୧୨ ଘଣ୍ଟାରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟ୍ୱିଟ୍‌ କରି ସୂଚନା ଦିଆଯାଇଛି।

ଏହି ଘୂର୍ଣ୍ଣିବଳୟ ପ୍ରଭାବରେ ଆଜିଠୁ ରାଜ୍ୟରେ ବର୍ଷାର ପରିମାଣ ଓ  ବିସ୍ତୃତି ବଢ଼ିବ। ଆସନ୍ତା ୧୨ଘଣ୍ଟାରେ ଲଘୁଚାପର ରୂପନେବ ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ। ଏହା ପ୍ରଭାବରେ ଆଜିଠୁ ୧୯ ତାରିଖ ଯାଏଁ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ଉପକୂଳ ଓ ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳ ବର୍ଷା ନେଇ ସତର୍କତା ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ପ୍ରବଳ ବର୍ଷା ପାଇଁ ଆଜି ପୁରୀ, ଖୋର୍ଦ୍ଧା, କଟକ, ଅନୁଗୁଳ ଏବଂ ସମ୍ବଲପୁର ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି ।  ସେପଟେ ତଳିଆ ଅଞ୍ଚଳରେ ପାଣି ଜମିବାର ସମ୍ଭାବନା ରହିଥିବା ନେଇ ପାଣିପାଗ ବିଭାଗ ପକ୍ଷରୁ ଲୋକଙ୍କୁ ସର୍ତକ କରାଯାଇଛି।