ବିଶ୍ୱ ବିଦ୍ୟାଳୟ ସଂଶୋଧନ ବିଲକୁ ନେଇ ବିଜେଡି-ବିଜେପି ମୁହାମୁହିଁ
ବିଶ୍ୱ ବିଦ୍ୟାଳୟ ସଂଶୋଧନ ବିଲ ୨୦୨୪ ପାରିତ ହେବା ପରେ ବିଜେଡି ବିଧାୟକ ଅରୁଣ ସାହୁ କହିଛନ୍ତି ଚଞ୍ଚକତା ପୂର୍ଣ୍ଣ ବିଲ ଆଣିଛନ୍ତି ବିଜେପି ସରକାର । ୨୦୨୪ରେ ଯେଉଁ ବିଲ୍ ଅଣା ଯାଇଛି ତାହା ୧୯୮୯ର ବିଲକୁ ସଂଶୋଧନ କରାଯାଇଛି ବୋଲି କୁହାଯାଇଛି । ବିଲର ବୈଧତା କ’ଣ ଅଛି ପରବର୍ତ୍ତୀ ସମୟରେ ସୁପ୍ରିମକୋର୍ଟରେ ଆଲୋଚନା ହେବ ବୋଲି ସେ କହିଛନ୍ତି ।ସେପଟେ ବିଜେପି ବିଧାୟକ ଇରାଶିଷ ଆଚାର୍ଯ୍ୟ କହିଛନ୍ତି ଗଣତନ୍ତ୍ର ପୁଣି ବିଧାନସଭା ଗୃହରେ ପ୍ରତିଷ୍ଠା ହୋଇଛି । ସାଢେ ୧୨ ଘଣ୍ଟା ଆଲୋଚନା ପରେ ବିଶ୍ୱବିଦ୍ୟାଳୟ ସଂଶୋଧନ ବିଲ ପାରିତ ହୋଇଛି । କ୍ଲଜ ବାଏ କ୍ଲଜ ଆଲୋଚନା ବେଳେ ସବୁ ଉତ୍ତର ଉଚ୍ଚ ଶିକ୍ଷା ମନ୍ତ୍ରୀ ରଖିଛନ୍ତି। ଏହି ବିଲ ଶିକ୍ଷା କ୍ଷେତ୍ରରେ ବୈପ୍ଲବିକ ପରିବର୍ତ୍ତନ ଆଣିବ । ପୂର୍ବ ସରକାର ବିଶ୍ୱବିଦ୍ୟାଳୟ କ୍ଷମତା ସଂକୀର୍ଣ୍ଣ କରିଥିଲେ ଏବେ ତାହାକୁ ସ୍ୱାୟତ୍ତ କରାଯାଇଛି।ନୂଆ ବିଲ ଦ୍ୱାରା ସରକାରୀ ନିୟନ୍ତ୍ରଣ କମିବ। ନୂଆ ବିଧାୟକଙ୍କୁ ବିଲ ବିଷୟରେ ବୁଝିବାକୁ ସୁଯୋଗ ମିଳିଛି। ଆମେ ରାତି ସାରା ଏଥିରେ ଭାଗ ନେଇଥିବାରୁ ଆମେ ଗର୍ବିତ ବୋଲି କହିଛନ୍ତି ଇରାଶିଷ।
