ଦୁଷ୍କର୍ମ ଅଭିଯୋଗରେ ଅମରେଶ ଜେନା ଗିରଫ

ବିଜେଡି କର୍ପୋରେଟର ଅମରେଶ ଜେନା ଗିରଫ

ବିଜେଡି କର୍ପୋରେଟର ଅମରେଶ ଜେନା ଗିରଫ । ବାଲେଶ୍ୱରରୁ ଗିରଫ କଲା କମିଶନରେଟ୍ ପୋଲିସ । ବିଜେଡି କର୍ପୋରେଟର ଅମରେଶ ଜେନା ବାଲେଶ୍ୱର ଜିଲା ନୀଳଗିରି ଅଞ୍ଚଳରୁ ଗିରଫ ହେବା ଘଟଣା ଅଞ୍ଚଳରେ ହଟଚମଟ ସୃଷ୍ଟି କରିଛି । ଜଣେ ଯୁବତୀଙ୍କୁ ବିବାହର ପ୍ରତିଶ୍ରୁତି ଦେଇ ବାରମ୍ବାର ଶାରୀରିକ ସମ୍ପର୍କ ରଖିଥିବା ଏବଂ ଦୁଷ୍କର୍ମ କରିଥିବା ଅଭିଯୋଗରେ କମିଶନରେଟ ପୁଲିସ ୫ଜଣ ସହଯୋଗୀଙ୍କୁ ଗିରଫ କରି କୋର୍ଟଚାଲାଣ କରିଥିବାବେଳେ ମୁଖ୍ୟ ଅଭିଯୁକ୍ତ କର୍ପୋରେଟର ଅମରେଶ ଜେନା ଫେରାର ଥିଲେ। ସେ ରାଜ୍ୟ ବାହାରକୁ ଫେରାର ହୋଇଯାଇଥିବା ନେଇ ବିଭିନ୍ନ ଗଣମାଧ୍ୟମରେ ଚର୍ଚ୍ଚା ହୋଇଥିଲା । ଭୁବନେଶ୍ୱରସ୍ଥିତ ଲକ୍ଷ୍ମୀସାଗର ଥାନା ପୋଲିସ ଏନେଇ ଏକ ସ୍ୱତନ୍ତ୍ର ଟିମ୍ ଗଠନ କରିଥିଲା । ରବିବାର ପୂର୍ବାହ୍ନ ୧୧ଟା ସମୟରେ ନୀଳଗିରି ବ୍ଲକ ବରହମପୁର ଥାନା ଅଧୀନ କଳାକାଦ ଗାଁରୁ ସମ୍ପୃକ୍ତ କର୍ପୋରେଟରଙ୍କୁ ଗିରଫ କରାଯାଇଛି।