ପଞ୍ଚାୟତ ଓ ପୌର ନିର୍ବାଚନ ପାଇଁ ବିଜେଡିର ପ୍ରସ୍ତୁତି

ଚାରି ଜିଲ୍ଲାରେ ଚାରି ନେତାଙ୍କୁ ନୂଆ ଦାୟିତ୍ବ ଦେଲେ ବିଜେଡି ସୁପ୍ରିମୋ

ଆଗକୁ ପଞ୍ଚାୟତ ଓ ପୌର ନିର୍ବାଚନ । ତା ପୂର୍ବରୁ ଚାରି ସାଙ୍ଗଠନିକ ଜିଲ୍ଲାରେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଚାରି ଜଣ ନେତାଙ୍କୁ ନୂଆ ଦାୟିତ୍ବ ଦେଇଛନ୍ତି । ଭଦ୍ରକ ଜିଲ୍ଲା ବିଜେଡି ସଭାପତି ଭାବେ ବିଧାୟକ ବ୍ୟୋମକେଶ ରାୟଙ୍କୁ ନିଯୁକ୍ତି ଦେଇଛନ୍ତି ସୁପ୍ରିମୋ । ପୂର୍ବରୁ ଜଗନ୍ନାଥ ସ୍ବାଇଁ ଭଦ୍ରକ ଜିଲ୍ଲା ବିଜେଡି ସଭାପତି ଭାବେ ଦାୟିତ୍ବ ତୁଲାଉଥିଲେ । ତିନିଥରର ବିଧାୟକ ବ୍ୟୋମକେଶ ରାୟ । ଗତ ୨୦୨୪ ସାଧାରଣ ନିର୍ବାଚନରେ ଚାନ୍ଦବାଲିରେ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲଙ୍କୁ ନିର୍ବାଚନରେ ପରାସ୍ତ କରିଥିଲେ । ପୂର୍ବରୁ ଗଞ୍ଜାମ ଜିଲ୍ଲା ବିଜେଡି ସଭାପତି ଭାବେ ବିକ୍ରମ ପଣ୍ଡାଙ୍କୁ ଦାୟିତ୍ବ ମିଳିଥିଲା । କିନ୍ତୁ ଏବେ ସେ ଜେଲରେ ଅଛନ୍ତି । କିନ୍ତୁ ସାଙ୍ଗଠନିକ କାର୍ଯ୍ୟକ୍ରମକୁ ଦୃଷ୍ଟିରେ ଗଞ୍ଜାମ ଜିଲ୍ଲାରେ ଦୁଇ ଜଣ କାର୍ଯ୍ୟକାରୀ ଜିଲ୍ଲା ସଭାପତି ଭାବେ ନିଯୁକ୍ତି ମିଳିଛି । ସେମାନେ ହେଲେ ପୂର୍ଣ୍ଣଚନ୍ଦ୍ର ସ୍ବାଇଁ ଓ ଭଗବାନ ଗନ୍ତାୟତ । ରାୟଗଡାରେ ପି ଗୌରୀଶଙ୍କରଙ୍କୁ କାର୍ଯ୍ୟକାରୀ ସଭାପତି ଓ ରାଇସେନ ମୁର୍ମୁଙ୍କୁ ମୟୂରଭଞ୍ଜ -୨ ସାଙ୍ଗଠନିକ ଜିଲ୍ଲାର କାର୍ଯ୍ୟକାରୀ ସଭାପତି ଭାବେ ସୁପ୍ରିମୋ ନିଯୁକ୍ତି ଦେଇଛନ୍ତି ।

Leave a Reply

Your email address will not be published. Required fields are marked *