ବିଧାନସଭାରେ ଗୃହରେ ପ୍ରବଳ ହଟ୍ଟଗୋଳ

ବାଚସ୍ପତିଙ୍କ ମାଇକ ଭାଙ୍ଗିଲେ ବିଜେଡି ବିଧାୟକ ଧ୍ରୁବ ସାହୁ

ବିଧାନସଭା ଅଧିବେଶନର ଦ୍ୱିତୀୟ ଦିନରେ ଗୃହରେ ପ୍ରବଳ ହଟ୍ଟଗୋଳ। ବାଚସ୍ପତିଙ୍କ ମାଇକ ଭାଙ୍ଗିଲେ ବିଜେଡି ବିଧାୟକ ଧ୍ରୁବ ସାହୁ। ରାଜ୍ୟପାଳଙ୍କ ପୁଅ ପ୍ରସଙ୍ଗ ଉଠାଇ ଉଭୟ ବିଜେଡି ଓ କଂଗ୍ରେସ ବିଧାୟକମାନେ ସରକାରଙ୍କୁ ଘେରିଛନ୍ତି । ରାଜ୍ୟପାଳଙ୍କ ପୁଅ ଜଣେ ଏଏସଓଙ୍କୁ ମାଡ ମାରିବା ଘଟଣାରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଓ ଗୃହରେ ଏନେଇ ଆଲୋଚନା କରିବାକୁ ଦାବି କରିଥିଲେ ବିରୋଧୀଦଳର ବିଧାୟକ । ଏହାକୁ ନେଇ ଗୃହ ଭିତରେ ହୋ ହାଲ୍ଲା ଦେଖିବାକୁ ମିଳିଥିଲା । ବିରୋଧୀଦଳ ବିଧାୟକମାନେ ଏହି ପ୍ରସଙ୍ଗରେ ରାଜ୍ୟ ସରକାରଙ୍କ ଓଡ଼ିଆ ଅସ୍ମିତା କୁଆଡେ ଗଲା ବୋଲି ପ୍ରଶ୍ନ କରିଥିଲେ । ଏହି ହୋ ହାଲ୍ଲା ଭିତରେ ରାଜନଗର ବିଜେଡି ବିଧାୟକ ଧ୍ରୁବ ସାହୁ ବାଚସ୍ପତି ସୁରମା ପାଢୀଙ୍କ ପୋଡିୟମ ନିକଟକୁ ଯାଇ ତାଙ୍କ ମାଇକ୍ ଟାଣି ଆଣିଥିଲେ । ମାଇକଟି ତଳେ ପଡିଯିବାରୁ ଭାଙ୍ଗିଯାଇଥିବା ଦେଖିବାକୁ ମିଳିଛି ।

Leave a Reply

Your email address will not be published. Required fields are marked *