‘ପାଣ୍ଡିଆନଙ୍କ ପାଇଁ ଚାଲିପାରୁନାହିଁ ଗୃହ’
ଗୃହ ଚଳାଇ ଦେଉନାହାନ୍ତି ବିରୋଧୀ। ଗୃହରେ ଚାଷୀ, ଆଇନଶୃଙ୍ଖଳା ପ୍ରସଙ୍ଗ ଉଠାଇ ବିଜେଡି କଂଗ୍ରେସର ନାରାବାଜି। ଏହାରି ଭିତରେ ଗୃହ ଅଚଳକୁ ନେଇ ଶାସକ ବିରୋଧୀ ମୁହାଁମୁହିଁ ହୋଇଛନ୍ତି । ପଏଣ୍ଟ ଅଫ ଅର୍ଡର ନେଇ ଗୃହରେ ବିସ୍ଫୋରଣ କଲେ ଜୟନାରାୟଣ । କହିଲେ, ବିରୋଧୀ ଚାଷୀ ପ୍ରସଙ୍ଗରେ ମୁଲତବି ଆଣିଥିଲେ, ସରକାର ମଧ୍ୟ ଆଲୋଚନା ପାଇଁ ରାଜି ଥିଲେ, କିନ୍ତୁ କଣ ପାଇଁ କାଲିଠାରୁ ଆଜି ପର୍ୟ୍ୟନ୍ତ ଗୃହକୁ ମୁଲତବି କରାଯାଇଛି । ଲବିରେ କିଛି ବିଜେଡ଼ି ବିଧାୟକଙ୍କ ସହ ଆଲୋଚନା କରୁଥିଲି, ସେମାନେ କହିଲେ ପାଣ୍ଡିଆନ କହିଲା ବୋଲି ଆମେ ଏମିତି କଲୁ । ଏ ଗୃହକୁ କଣ ପାଣ୍ଡିଆନ ଚଳେଇବେ । ଦରି ବୁହା, ଟେଣ୍ଟ ବୁହା ଏଠିକି ଆସି ବଡ଼ କଥା କହୁଛନ୍ତି । କିଏ ଗୋଟେ ବାହାର ଲୋକ କହିବେ ଆଉ ଗୃହକୁ ବନ୍ଦ କରିଦିଆଯିବ । ଏଥିପାଇଁ ବିଜେଡ଼ି ସଦସ୍ୟ କ୍ଷମା ମାଗିବା ଦରକାର । ପାଣ୍ଡିଆନଙ୍କ ନମ୍ବର ୱାନ ଚମଚା ହେବା ପାଇଁ ପ୍ରତିଯୋଗିତା ଚାଲିଛି । ସେପଟେ ଏହି ବିବୃତି କୁ ଗୃହର ବିବରଣୀରୁ ବାଦ୍ ଦେବାକୁ ଦାବି କରିଛନ୍ତି ବିରୋଧୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ। ସେ କହିଛନ୍ତି ଗୃହର ସଦସ୍ୟ ନଥିବା ଲୋକଙ୍କ ନାମ ବିବରଣୀରୁ ବାଦ୍ ଦିଆଯାଉ।
