ବିଜେଡିର ଦ୍ୱିତୀୟ ପର୍ଯ୍ୟାୟ ଲୋକସଭା ପ୍ରାର୍ଥୀ ଘୋଷଣା

ଦ୍ୱିତୀୟ ପର୍ଯ୍ୟାୟ ଲୋକସଭା ପ୍ରାର୍ଥୀ ଘୋଷଣା

ଘୋଷଣା ହେଲା ବିଜେଡିର ଦ୍ୱିତୀୟ ପର୍ଯ୍ୟାୟ ଲୋକସଭା ପ୍ରାର୍ଥୀ ତାଲିକା । ଆଜି ପ୍ରଥମ ପର୍ଯ୍ୟାୟରେ ୯ ଲୋକସଭା ପ୍ରାର୍ଥୀଙ୍କ ନାଁ ଘୋଷଣା ହୋଇଥିଲା ବେଳେ ଏବେ ପୁଣି ଦ୍ୱିତୀୟ ପର୍ଯ୍ୟାୟରେ ୬ ଜଣଙ୍କ ନାଁ ଘୋଷଣା କରିଛନ୍ତି ବିଜେଡି ସୁପ୍ରିମୋ । ମୋଟ ବିଜେଡି ୧୫ ଲୋକସଭା ପ୍ରାର୍ଥୀ ଘୋଷଣା କରିଛି । ତେବେ ଦ୍ୱିତୀୟ ପର୍ଯ୍ୟାୟରେ ପୁରୀରୁ ଅରୂପ ପଟ୍ଟନାୟକ, ଜଗତସିଂହପୁରରୁ ରାଜଶ୍ରୀ ମଲ୍ଲିକ, କଟକରୁ ସଂତୃପ୍ତ ମିଶ୍ର, ଢେଙ୍କାନାଳରୁ ଅବିନାଶ ସାମଲ, କନ୍ଧମାଳରୁ ଅଚ୍ୟୁତ ସାମନ୍ତ, ଯାଜପୁରରୁ ଶର୍ମିଷ୍ଠା ସେଠୀଙ୍କୁ ପ୍ରାର୍ଥୀ କରିଛି ବିଜେଡି ।