‘ବିଜେପି ଯେଉଁଦିନ ହୁଇସିଲ ମାରିବ ସେଦିନ ବିଜେଡି ଗୁଣ୍ଡ ହୋଇଯିବ’

‘ବିଜେପିରେ ମିଶିବେ ନବୀନ’

ପୁଣି ବିଜେଡିକୁ ଜୟନାରାୟଣ ମିଶ୍ରଙ୍କ ତାତ୍ସଲ୍ୟ । ଭଗବାନ କରନ୍ତୁ ତାଙ୍କ ପାଖରେ ଲୋକ ରୁହନ୍ତୁ । ଦଳଟା ଭାଙ୍ଗିଗଲେ ଦୁଃଖ ଲାଗିବ। ଦଳ ଟା ଥାଉ, ଦୀର୍ଘଜୀବୀ ହୁଅନ୍ତୁ ଏବଂ ଅପମାନିତ ହୁଅନ୍ତୁ । ମୁଁ ଶତ୍ରୁ କୁ ମାରିବାକୁ ଚାହେଁନି । ଜୀବନରେ ମିତ୍ରର ଯେତିକି ଆବଶ୍ୟକତା ଶତ୍ରୁର ସେତିକି ଆବଶ୍ୟକତା ଅଛି। ବିଜେପି ଚାହୁଁନି ବିଜେଡ଼ି ଭାଙ୍ଗୁ , ଆମର ଲକ୍ଷ ନୁହେଁ ବିଜେଡ଼ିକୁ ଶୂନ କରିବା । ଏମିତି କହିଛନ୍ତି ବିଜେପି ବରିଷ୍ଠ ବିଧାୟକ ଜୟନାରାୟଣ ମିଶ୍ର । ଆହୁରି କହିଛନ୍ତି ଯେ, ସେମାନେ ଯଦି ଆସିବାକୁ ଚାହିଁବେ ତେବେ ସ୍ୱାଗତ। ଆମର ରାଜ୍ୟସଭାରେ ଆବଶ୍ୟକତା ଅଛି । ବିଜେପି ଯୋଉଦିନ ହୁଇସିଲ ଫୁଙ୍କିବ ସେଦିନ ବିଜେଡ଼ି ଗୁଣ୍ଡ ଗୁଣ୍ଡ ହୋଇଯିବ । ଯୋଉଦିନ ଚାହିଁବ ବିଜେଡ଼ିକୁ ଖଣ୍ଡ ଖଣ୍ଡ କରିଦେବ । ଗୋଟିଏ ଲୋକ ରହିବେନି । ନବୀନ ପଟ୍ଟନାୟକ ମଧ୍ୟ ପଳେଇ ଆସିବେ । ସେ କଣ କରିବେ ଯଦି ସବୁ ଲୋକ ପଳେଇ ଆସିବେ, ସେ ବି ପଳେଇ ଆସିବେ ।

Leave a Reply

Your email address will not be published. Required fields are marked *