ସିଡିରୁ ପଡି ବିଜେପି ସାଂସଦ ପ୍ରତାପ ଷଡଙ୍ଗୀ ଆହତ
ସଂସଦରେ ସିଡିରୁ ପଡି ବିଜେପି ସାଂସଦ ପ୍ରତାପ ଷଡଙ୍ଗୀ ଆହତ। ସଂସଦ ଭିତରେ ଠେଲାପେଲା ପରେ ଆହତ ହୋଇଥିବା ସୂଚନା ମିଳିଛି। ତାଙ୍କ ମୁଣ୍ଡରେ ଆଘାତ ଲାଗିଛି। ରାହୁଲ ଗାନ୍ଧୀଙ୍କ ତାଙ୍କୁ ଠେଲି ଦେବା ପରେ ସେ ପଡିଯାଇ ଆହତ ହୋଇଛନ୍ତି ବୋଲି ବାଲେଶ୍ୱର ସାଂସଦ କହିଛନ୍ତି । ସେ କହିଛନ୍ତି ଯେ, ମୁଁ ଛିଡା ହୋଇଥିଲି। ରାହୁଲ ଗାନ୍ଧୀ ଜଣେ ସାଂସଦଙ୍କୁ ଠେଲିଦେଲେ ଏବଂ ସେହି ସାଂସଦ ମୋ ଉପରେ ପଡ଼ିଗଲେ। ଏହାପରେ ମୁଁ ପଡ଼ିଗଲି।
ପ୍ରତାପ ଷଡଙ୍ଗୀଙ୍କ ଅଭିଯୋଗ ପରେ ରାହୁଲ ଗାନ୍ଧୀ କହିଛନ୍ତି ଯେ, ସଂସଦକୁ ଯିବା ମୋର ଅଧିକାର, ମୋତେ ଅଟକାଇବାକୁ ଚେଷ୍ଟା କରାଯାଇଥିଲା। ଆମକୁ ସଂସଦରେ ପ୍ରବେଶ କରିବାକୁ ବାରଣ କରାଯାଉଥିଲା। ବିଜେପି ସାଂସଦମାନେ ଆମକୁ ଠେଲାପେଲା କରିଥିଲେ।