ରାଜ୍ୟସଭା ପ୍ରାର୍ଥୀ ଘୋଷଣା କଲା ବିଜେପି

ମମତା ମହାନ୍ତ ବିଜେପିର ରାଜ୍ୟସଭା ପ୍ରାର୍ଥୀ

ମମତା ମହାନ୍ତ ହେଲେ ବିଜେପିର ରାଜ୍ୟସଭା ପ୍ରାର୍ଥୀ । ଆଜି ରାଜ୍ୟସଭା ପାଇଁ ବିଜେପି ପ୍ରାର୍ଥୀ ଘୋଷଣା କରିଥିବା ବେଳେ ମମତାଙ୍କ ନାଁରେ ଦଳ ମୋହର ମାରିଛି । କୁଡୁମୀ ସମାଜର ବରିଷ୍ଠ ନେତ୍ରୀ ହେଉଛନ୍ତି ମମତା ମହାନ୍ତ । କିଛି ଦିନ ତଳେ ସେ ରାଜ୍ୟସଭା ସାଂସଦ ପଦ ସହ ବିଜେଡିରୁ ଇସ୍ତଫା ଦେଇଥିଲେ ଓ ପରେ ବିଜେପିରେ ଯୋଗଦେଇଥିଲେ ମମତା ।

ଆସନ୍ତାକାଲି ନାମାଙ୍କନ ଦାଖଲର ଶେଷ ଦିନ । ସଂଖ୍ୟା ଦୃଷ୍ଟିରୁ ବିଜେପି ଏହି ସିଟ୍ ଜିତିବା ନିଶ୍ଚିତ । ତେବେ ଆବଶ୍ୟକତା ପଡିଲେ ସେପଟେମ୍ବର ୩ରେ ଉପନିର୍ବାଚନ ହେବ। ସେହିଦିନ ସନ୍ଧ୍ୟା ୫ଟାରେ ଭୋଟ ଗଣତି କରାଯାଇ ନିର୍ବାଚନ ଫଳାଫଳ ଘୋଷଣା କରାଯିବ ।

Leave a Reply

Your email address will not be published. Required fields are marked *