ଓଡ଼ିଶା ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା

୧୯ରେ ଆସିବେ ଜେପି ନଡ୍ଡା

ଓଡ଼ିଶା ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା । ଓଡ଼ିଶା ଗସ୍ତରେ ଆସି ସେ ରାଜ୍ୟ ବିଜେପିର ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ବୈଠକରେ ଯୋଗ ଦେବା ନେଇ ସୂଚନା ମିଳିଛି । ଆସନ୍ତା ୧୯ ଓ ୨୦ ତାରିଖରେ ରାଜ୍ୟ ବିଜେପିର ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ବୈଠକ ବସିବାକୁ ଅଛି । ଏହି ବୈଠକରେ ଯୋଗ ଦେବାକୁ ନଡ୍ଡା ଓଡ଼ିଶା ଆସିବେ । ତେବେ ସ୍ୱାସ୍ଥ୍ୟଗତ ସମସ୍ୟା କାରଣରୁ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ଓଡ଼ିଶା ଆସିପାରୁନାହାଁନ୍ତି ବୋଲି ସୂଚନା ଦେଇଛନ୍ତି ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ । ଏଥିସହ ବୈଠକରେ ଆଗାମୀ ଦିନର ରଣନୀତି ଓ କାର୍ଯ୍ୟପନ୍ଥା ଦଳ ପ୍ରସ୍ତୁତ କରିବ ବୋଲି ସେ କହିଛନ୍ତି । ଶାସକ ଦଳ ହିସାବରେ ଆଗାମୀ ଦିନରେ ଦଳ କେଉଁ କେଉଁ କାର୍ଯ୍ୟକ୍ରମ ହାତକୁ ନେଇ ସେ ନେଇ ରାଜନୈତିକ ଚିଠା ପ୍ରସ୍ତାବ ପାରିତ ହେବ ବୋଲି ମନମୋହନ ସାମଲ ସୂଚନା ଦେଇଛନ୍ତି ।