ଭୁବନେଶ୍ୱରରେ ନଡ୍ଡାଙ୍କ ରୋଡ୍‌ ସୋ’

‘ଓଡ଼ିଶାବାସୀ ନବୀନଙ୍କୁ ବିଶ୍ରାମ ଦେବାକୁ ଚାହୁଁଛନ୍ତି, ଓଡ଼ିଆ CM ଲୋଡ଼ା କରୁଛନ୍ତି’

ଭୁବନେଶ୍ୱରରେ ନଡ୍ଡାଙ୍କ ରୋଡ୍‌ ସୋ’ । ମାଉସୀ ମା’ ଛକରୁ ଲିଙ୍ଗରାଜ ମନ୍ଦିର ପର୍ଯ୍ୟନ୍ତ ଚାଲିଛି ରୋଡ୍‌ ସୋ । ତାଙ୍କ ସହ ରହିଛନ୍ତି ଭୁବନେଶ୍ୱର ସାଂସଦ ପ୍ରାର୍ଥୀ ଅପରାଜିତା ଷଢ଼ଙ୍ଗୀ ଓ ଏକାମ୍ର ବିଧାୟକ ପ୍ରାର୍ଥୀ ବାବୁ ସିଂହ । ଏହି ରୋଡ୍‌ ସୋ’ ସରିବା ପରେ ଅପରାହ୍ନରେ ବରଗଡ଼ ଜିଲ୍ଲାର ପଦ୍ମପୁର ଓ ସୁନ୍ଦରଗଡ଼ରେ ନିର୍ବାଚନୀ ସଭାକୁ ସମ୍ବୋଧିତ କରିବେ ନଡ୍ଡା । ଗତକାଲି ସନ୍ଧ୍ୟାରେ ସେ ଓଡ଼ିଶାରେ ପହଞ୍ଚିଥିଲେ । ତାପରେ ମହିଳାମୋର୍ଚ୍ଚା ସହ ବୈଠକ କରିଥିଲେ । ସେଠାରେ ସେ ରାଜ୍ୟ ସରକାରଙ୍କ ଉପରେ ପ୍ରବଳ ବର୍ଷିଥିଲେ । ବିଜେଡି ସରକାର ଭୋଟ୍ ପାଇଁ ଲାଞ୍ଚ ଦିଏ କହିଥିଲେ ନଡ୍ଡା । ‘ଦିନକୁ ୫୪ ପଇସାରେ ୫ ବର୍ଷର ଅଧିକାର ଛଡ଼ାଇ ନେବାକୁ ଚାହୁଁଛି ବିଜେଡି । ମହିଳାଙ୍କୁ ସୁଭଦ୍ରା ଯୋଜନାରେ ମୋଦି ସରକାର ୫୦ ହଜାର ଟଙ୍କାର ଭାଉଚର ଦେବେ । ଓଡ଼ିଶାରେ ଅଫିସରମାନଙ୍କ ସରକାର ଚାଲିଛି କହିଥିଲେ ନଡ୍ଡା । ସମୟ ଆସିଛି, ଏବେ ଏଠାକାର ସରକାରକୁ ଟାଟା ବାଏ ବାଏ କୁହନ୍ତୁ । ଓଡ଼ିଶାରେ ଜନତାଙ୍କ ସରକାର ଦରକାର କହିଲେ ନଡ୍ଡା । ଜନତାଙ୍କ ସରକାର, ମହିଳା ସଶକ୍ତୀକରଣର ସରକାର ଦରକାର । ତାହା କେବଳ ବିଜେପି ହିଁ ଦେଇପାରିବ କହିଥିଲେ ନଡ୍ଡା।