ନୂଆପଡ଼ା ଉପନିର୍ବାଚନ ପ୍ରଚାରରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା

ନୂଆପଡ଼ାରେ ବିଜେପିର ଏକପାଖିଆ ବିଜୟ ହେବ: ମୁଖ୍ୟମନ୍ତ୍ରୀ

ନୂଆପଡ଼ା ଉପନିର୍ବାଚନ ପ୍ରଚାରରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା । ନୂଆପଡ଼ା ବିକାଶ ଦାୟିତ୍ୱ ମୋର, କଥା ଦେଇ କଥା ରଖିବୁ । ନୂଆପଡ଼ା ଇତିହାସରେ ନୂଆ ଫର୍ଦ୍ଦ ଯୋଡ଼ି ହେବାକୁ ଯାଉଛି। ଏବେଠାରୁ ନୂଆପଡ଼ାବାସୀ ଦେଖିବେ ଡବଲ ଇଞ୍ଜିନ ସରକାରର ବିକାଶ । ପୂର୍ବ ସରକାରରେ ମୁଖ୍ୟମନ୍ତ୍ରୀ ଉପନିର୍ବାଚନ ବେଳେ କଥା ଦେଇ ରଖୁ ନ ଥିଲେ । ମାତ୍ର ମୁଁ ଏହା ଭିତରେ ନୂଆପଡ଼ା ପାଇଁ ୧୧ ଶହ କୋଟିର ପ୍ରକଳ୍ପ ଘୋଷଣା କରିଛି ।ଜୟଙ୍କ ପ୍ରତି ବିଜେଡି ନେତାଙ୍କ ବ୍ୟକ୍ତିଗତ ଆରୋପ ଗ୍ରହଣୀୟ ନୁହେଁ । ଆଉ ନବୀନ ବାବୁ ଏପରି ଘୃଣ୍ୟ ଟିପ୍ପଣୀକୁ ନିନ୍ଦା ନ କରିବା ଦୁର୍ଭାଗ୍ୟଜନକ । ନୂଆପଡ଼ାବାସୀ ଏହି ଘୃଣ୍ୟ ମନ୍ତବ୍ୟର ଉପଯୁକ୍ତ ଜବାବ ଦେବେ । ବିଜେଡିକୁ ଜିଲ୍ଲା ଭିତରେ ପ୍ରାର୍ଥୀ ମିଳିଲା ନାହିଁ, ବାହାର ଜିଲ୍ଲାରୁ ଆଣିଲେ ।ବାହାର ପ୍ରାର୍ଥୀଙ୍କୁ ନୂଆପଡ଼ାବାସୀ କେବେ ଗ୍ରହଣ କରିବେ ନାହିଁ’ କଂଗ୍ରେସ, ବିଜେଡି ଗୋଟିଏ ରାସ୍ତାରେ ଅଗ୍ରସର ହେଉଛନ୍ତି ।ଏଥର ନୂଆପଡ଼ାରେ ବିଜେପିର ଏକପାଖିଆ ବିଜୟ ହେବ କହିଲେ ମୁଖ୍ୟମନ୍ତ୍ରୀ ।

Leave a Reply

Your email address will not be published. Required fields are marked *