ନୂଆପଡ଼ା ଉପ ନିର୍ବାଚନରେ ବାଜି ମାରିଛି ବିଜେପି

ନୂଆପଡ଼ା ଉପ ନିର୍ବାଚନ: ବାଜି ମାରିଲେ ବିଜେପି ପ୍ରାର୍ଥୀ ଜୟ ଢୋଲକିଆ

ନୂଆପଡ଼ା ଉପ ନିର୍ବାଚନରେ ବାଜି ମାରିଛି ବିଜେପି । ବିଜେପି ପ୍ରାର୍ଥୀ ଜୟ ଢୋଲକିଆ ଏହି ଆସନରୁ ୮୩ ହଜାର ୭୪୮ରୁ ଅଧିକ ଭୋଟରେ ବିଜୟୀ ହୋଇଛନ୍ତି । ବିଜୟ ପରେ ବିଜେପି ପ୍ରାର୍ଥୀଙ୍କ ସେଲିବ୍ରେସନ ଦେଖିବାକୁ ମିଳିଛି । ଜୋୟ ଢୋଲକିଆ ଏକ ବଡ଼ ଭୋଟ ବ୍ୟବଧାନରେ ବିଜେଡି ଓ କଂଗ୍ରେସ ପ୍ରାର୍ଥୀଙ୍କୁ ପଛରେ ପକାଇଦେଇଥିଲେ । ଏକତରଫା ଭାବେ ବିଜେପି ନୂଆପଡ଼ାରେ ବିଜୟ ହାସଲ କରିଛି । ଜୟ ଢୋଲକିଆ ମୋଟ ୧ ଲକ୍ଷ ୨୩ ହଜାର ୮୬୯ ଖଣ୍ଡ ଭୋଟ ପାଇଥିବା ବେଳେ କଂଗ୍ରେସ ପ୍ରାର୍ଥୀ ୪୦ ହଜାର ୧୨୧ ଖଣ୍ଡ ଭୋଟ ପାଇଛନ୍ତି । ସେହିପରି ବିଜେଡି ପ୍ରାର୍ଥୀ ସ୍ନେହାଙ୍ଗିନୀ ଛୁରିଆ ୩୮ ହଜାର ୪୦୮ ଖଣ୍ଡ ଭୋଟ ପାଇଛନ୍ତି । ସବୁଠାରୁ ବଡ଼ କଥା ହେଉଛି ଏହି ଉପ ନିର୍ବାଚନରେ ବିଜେଡି ପ୍ରଥମଥର ପାଇଁ ତୃତୀୟ ସ୍ଥାନରେ ରହିଛି । ବିଜେଡିକୁ ଟପି କଂଗ୍ରେସ ଦ୍ବିତୀୟ ସ୍ଥାନ ହାସଲ କରିଛି ।

Leave a Reply

Your email address will not be published. Required fields are marked *