୬ ରାଜ୍ୟରେ ନୂଆ ରାଜ୍ୟପାଳ ନିଯୁକ୍ତି

ଓଡ଼ିଶାର ନୂଆ ରାଜ୍ୟପାଳ ବ୍ରଜ ମୋହନ ରାମ

୬ ରାଜ୍ୟରେ ରାଜ୍ୟପାଳ ନିଯୁକ୍ତି ଓ ଅଦଳବଦଳ । ବଦଳିଲେ ଓଡିଶାର ରାଜ୍ୟପାଳ । ବ୍ରଜ ମୋହନ ରାମ ହେଲେ ଓଡ଼ିଶାର ନୂଆ ରାଜ୍ୟପାଳ । ଓଡ଼ିଶାର ନୂଆ ରାଜ୍ୟପାଳ ଭାବେ ବ୍ରଜ ମୋହନ ରାମଙ୍କୁ ନିଯୁକ୍ତ କରାଯାଇଥିବା ସୂଚନା ମିଳିଛି । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ୬ଟି ରାଜ୍ୟ ପାଇଁ ରାଜ୍ୟପାଳ ନିଯୁକ୍ତି ଓ ଅଦଳବଦଳ କରିଥିବା କୁହାଯାଇଛି।ସୂଚନା ଅନୁଯାୟୀ, ସିକ୍କିମର ବର୍ତ୍ତମାନ ରାଜ୍ୟପାଳ ଓମ୍ ପ୍ରକାଶ ମାଥୁରଙ୍କୁ କେରଳର ନୂଆ ରାଜ୍ୟପାଳ ଭାବେ ନିଯୁକ୍ତ କରାଯାଇଛି। କେରଳର ରାଜ୍ୟପାଳ ରାଜେନ୍ଦ୍ର ବିଶ୍ୱନାଥ ଆର୍ଲେକରଙ୍କୁ ତାମିଲନାଡୁର ରାଜ୍ୟପାଳ ଦାୟିତ୍ୱ ଦିଆଯାଇଛି । ସେହିପରି ଡକ୍ଟର ସୁଧା ଯାଦବଙ୍କୁ କର୍ଣ୍ଣାଟକ, ଡକ୍ଟର ଧଲ ସିଂହ ବିସେନଙ୍କୁ ଉତ୍ତରାଖଣ୍ଡ ଏବଂ ଦୁଷ୍ୟନ୍ତ ଗୌତମଙ୍କୁ ସିକ୍କିମର ରାଜ୍ୟପାଳ ଭାବେ ନିଯୁକ୍ତ କରାଯାଇଥିବା ସୂଚନା ରହିଛି ।

Leave a Reply

Your email address will not be published. Required fields are marked *