ଖୋଲିବ ଅର୍ଥମନ୍ତ୍ରୀ ନିର୍ମଳା ସୀତରମଣଙ୍କ ବଜେଟ ପେଡ଼ି

ଆଜି ଆସିବ ୨୦୨୫-୨୬ ପୂର୍ଣ୍ଣାଙ୍ଗ ବଜେଟ୍

ଆଜି ଆସିବ ସାଧାରଣ ବଜେଟ୍। ଖୋଲିବ ଅର୍ଥମନ୍ତ୍ରୀ ନିର୍ମଳା ସୀତରମଣଙ୍କ ବଜେଟ ପେଡ଼ି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ତୃତୀୟ ପାଳିର ପ୍ରଥମ ପୂର୍ଣ୍ଣାଙ୍ଗ ବଜେଟ । ବଜେଟ୍ ଉପସ୍ଥାପନ କରିବେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ । କେନ୍ଦ୍ର ସରକାରଙ୍କ ଏହି ବହୁ ପ୍ରତୀକ୍ଷିତ ବଜେଟ୍ ଉପରେ ରହିଛି ସାରା ଦେଶବାସୀଙ୍କ ନଜର। ବିଶେଷ କରି ଅତ୍ୟାବଶ୍ୟକ ସାମଗ୍ରୀର ମୂଲ୍ୟ ନିୟନ୍ତ୍ରଣ ନେଇ ସରକାର କି ନିଷ୍ପତ୍ତି ନେଉଛନ୍ତି, ତାକୁ ଚାହିଁ ରହିଛି ମଧ୍ୟବିତ୍ତ। ଏଥର ମନେ ହେଉଛି ଯେ ସରକାର ମୁଦ୍ରାସ୍ଫୀତି ଏବଂ ଟିକସ କ୍ଷେତ୍ରରେ ଅନେକ ଘୋଷଣା କରିପାରନ୍ତି। ସାଧାରଣ ବଜେଟରେ ଏଥର କେଉଁ କ୍ଷେତ୍ରକୁ ପ୍ରାଧାନ୍ୟ ମିଳିବ, ତା’ଉପରେ ରହିଛି ସାରା ଦେଶର ନଜର। ଦରଦାମ ବୃଦ୍ଧିରେ ଅତିଷ୍ଠ ମଧ୍ୟବିତ୍ତଙ୍କୁ ମହଙ୍ଗା ମାଡରୁ ଆଶ୍ୱସ୍ତି ନେଇ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ କରିପାରନ୍ତି ବଡ ଘୋଷଣା।