୧୧ ଟି ପ୍ରସ୍ତାବ ଉପରେ କ୍ୟାବିନେଟ ମୋହର
୧୧ ଟି ପ୍ରସ୍ତାବ ଉପରେ କ୍ୟାବିନେଟ ମୋହର। ଘୋଷଣା ହେଲା ଅନ୍ତୋଦୟ ଗୃହ ଯୋଜନା। ଦୁର୍ବଳ ଶ୍ରେଣୀର ଲୋକଙ୍କ ପାଇଁ ସରକାରଙ୍କ ଅନ୍ତୋଦୟ ଗୃହ ଯୋଜନା। ୩ବର୍ଷରେ ୨ ଲକ୍ଷ ୨୫ ହଜାର ଘର ଦେବେ ରାଜ୍ୟ ସରକାର। ହିତାଧିକାରୀଙ୍କୁ ଘର ପାଇଁ ମିଳିବ ୧ ଲକ୍ଷ ୨୦ ହଜାର ଟଙ୍କା। ପ୍ରାକୃତିକ ଏବଂ ମନୁଷ୍ୟକୃତ କ୍ଷତି ଏବଂ ବିସ୍ଥାପିତ ଲୋକଙ୍କୁ ସାମିଲ କରାଯିବ। ପ୍ରଧାନମନ୍ତ୍ରୀ ଆବାସ ଯୋଜନାରୁ ବାଦ ପଡୁଥିବା ଲୋକଙ୍କୁ ବି ସାମିଲ କରାଯିବ। ପ୍ରଧାନମନ୍ତ୍ରୀ ଆବାସ ପରି ଏହି ଯୋଜନାରେ ବୋନସ ବ୍ୟବସ୍ଥା ଅଛି। ୪ ମାସ ଭିତରେ ଘର କାମ ସାରିଲେ ୨୦ ହଜାର, ୬ମାସରେ ସାରିଲେ ୧୦ ହଜାର ବୋନସ ମିଳିବ। ଏହି ଯୋଜନାରେ ୭୫୫୦ କୋଟି ଖର୍ଚ୍ଚ କରିବେ ସରକାର। ସେହିପରି କ୍ରୀଡା ଭିତ୍ତିଭୂମି ପାଇଁ ୩୧୪ ବ୍ଲକରେ ବ୍ଲକ ସ୍ତରୀୟ ଷ୍ଟାଡିୟମ ନିର୍ମାଣ ହେବ। ଏଥି ପାଇଁ ନୂଆ ଯୋଜନା କରିଛନ୍ତି ସରକାର। ୧୨ ରୁ ୧୫ ଏକର ଜମିରେ ନିର୍ମାଣ ହେବ ଷ୍ଟାଡିୟନ। ଫୁଟବଲ, କ୍ରିକେଟ, ଆଠଲେଟ, ଅନ୍ୟାନ୍ୟ ଖେଳ ପାଇଁ ସୁବିଧା ରହିବ। ଆସନ୍ତା ୫ବର୍ଷରେ ୪୧୨୪ କୋଟି ବ୍ୟୟରେ ଷ୍ଟାଡିୟମ ନିର୍ମାଣ ପାଇଁ କ୍ୟାବିନେଟ ନିଷ୍ପତ୍ତି ହୋଇଛି। ରାଜ୍ୟରେ ଏକିକୃତ ପେନସନ ଯୋଜନାକୁ ଲାଗୁ ନେଇ କ୍ୟାବିନେଟ ନିଷ୍ପତି ହୋଇଛି। ଏନପିଏସ୍ ରେ ଥିବା ଅଧିକାରୀ ମାନେ ଏହି ବ୍ୟବସ୍ଥାରେ ପେନସନ ପାଇବେ। ୩ ଲକ୍ଷ ୩୩ ହଜାର ଅଧିକାରୀ ମାନେ ସେମାନେ ସ୍ଥିର କରିବେ ଏନପିଏସ୍ କି ୟୁପିଏସରେ ରହିବେ। ରାଜ୍ୟରେ ଡ୍ୟାମ ଗୁଡିକର ପୁନଃବ୍ୟାସ ଏବଂ ଉନ୍ନତିକରଣ ପାଇଁ ୧୦୬୬ କୋଟି ଖର୍ଚ୍ଚ କରିବେ। ହୀରାକୁଦ ଡ୍ୟାମ ମରାମତି ଏବଂ ଉନ୍ନତିକରଣ ପାଇଁ ୩ ଟି ପ୍ରକଳ୍ପ କାର୍ଯ୍ୟ ହେବ। ଆସନ୍ତା 6 ବର୍ଷରେ ଏହି କାମକୁ ସଂପୂର୍ଣ୍ଣ କରାଯିବ।
