ଶପଥ ନେଲେ ୮ କ୍ୟାବିନେଟ୍‌ ୫ ରାଷ୍ଟ୍ରମନ୍ତ୍ରୀ

ମୋହନଙ୍କ ମନ୍ତ୍ରିମଣ୍ଡଳରେ କାହାକୁ ମିଳିଲା ସ୍ଥାନ

ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ସହ ଶପଥ ନେଲେ ଉପମୁଖ୍ୟମନ୍ତ୍ରୀଙ୍କ ଏବଂ ତାଙ୍କ ମନ୍ତ୍ରିମଣ୍ଡଳ । ୮ ଜଣ କ୍ୟାବିନେଟ୍‌ ଓ ୫ ଜଣ ରାଷ୍ଟ୍ରମନ୍ତ୍ରୀ ଶପଥ ନେଇଛନ୍ତି। କ୍ୟାବିନେଟ୍‌ ମନ୍ତ୍ରୀ ଭାବେ ସୁରେଶ ପୂଜାରୀ, ରବି ନାରାୟଣ ନାଏକ, ନିତ୍ୟାନନ୍ଦ ଗଣ୍ଡ, କୃଷ୍ଣଚନ୍ଦ୍ର ପାତ୍ର, ପୃଥ୍ବୀରାଜ ହରିଚନ୍ଦନ, ମୁକେଶ ମହାଲିଙ୍ଗ, ବିଭୁତି ଜେନା, କୃଷ୍ଣଚନ୍ଦ୍ର ମହାପାତ୍ର । ସେହିପରି ରାଷ୍ଟ୍ରମନ୍ତ୍ରୀ ଭାବେ ୫ ଜଣ ଗଣେଶ ରାମସିଂ ଖୁଣ୍ଟିଆ, ସୂର୍ଯ୍ୟବଂଶୀ ସୂରଜ, ପ୍ରଦୀପ ବଳସାମନ୍ତ, ଗୋକୁଳାନନ୍ଦ ମଲ୍ଲିକ ଓ ସଂପଦ ସ୍ବାଇଁ ରାଷ୍ଟ୍ରମନ୍ତ୍ରୀ ଭାବେ ଶପଥ ନେଇଛନ୍ତି ।