ବିଜେଡି ନେତା ପ୍ରଦୀପ ମାଝୀଙ୍କ ବିରୋଧରେ ଏତଲା

ପ୍ରଦୀପ ମାଝୀଙ୍କ ବିରୋଧରେ ଏତଲା

ବିଜେଡି ନେତା ପ୍ରଦୀପ ମାଝୀଙ୍କ ବିରୋଧରେ ଏତଲା । ନବରଙ୍ଗପୁର ଜିଲ୍ଲା ମଙ୍ଗଳ ଅଧିକାରୀଙ୍କୁ ଜିଲ୍ଲାପାଳଙ୍କ ସମ୍ମୁଖରେ ଫାୟାରିଂ କରିବା ଧମକ ଦେବା ଘଟଣାରେ ପ୍ରଦୀପ ମାଝୀଙ୍କ ବିରୋଧରେ ମାମଲା ରୁଜୁ ହୋଇଛି । ନବରଙ୍ଗପୁର ଜିଲ୍ଲା ମଙ୍ଗଳ ଅଧିକାରୀଙ୍କୁ ଜିଲ୍ଲାପାଳଙ୍କ ସମ୍ମୁଖରେ ଫାୟାରିଂ କରିବା ଧମକ ଦେବା ଘଟଣାରେ ପ୍ରଦୀପ ମାଝୀଙ୍କ ବିରୋଧରେ ମାମଲା ରୁଜୁ ହୋଇଛି ।ଗତ ମାସ ୨୦ ତାରିଖରେ ପ୍ରେସର କୁକୁର ଫାଟି କୋଷାଗୁମୁଡା ବ୍ଲକ କାକଡ଼ି ସେମଳା ସ୍କୁଲ ଛାତ୍ର ଧନେଶ୍ୱର ଭତ୍ରା ଆହତ ହୋଇଥିଲା । ୨୮ ତାରିଖ ରାତିରେ ସ୍କୁଲ ପାଚେରୀ ଡେଇଁ ଆହତ ଛାତ୍ରକୁ ରାତି ଅଧରେ ହଷ୍ଟେଲ ପରିସରରୁ ଆଣି ଉନ୍ନତ ଚିକିତ୍ସା ପାଇଁ ଜିଲ୍ଲାପାଳଙ୍କୁ ହସ୍ତାନ୍ତର କରିଥିଲେ । ଏହି ସମୟରେ ବାକ୍ ସଂଯମତା ହରାଇ ଜିଲ୍ଲା ମଙ୍ଗଳ ଅଧିକାରୀ ରବୀନ୍ଦ୍ର ପାଲକାଙ୍କୁ ଫାୟାରିଂ କରିଦେବେ ବୋଲି ଖୋଲାଖୋଲି ଧମକ ଦେଇଥିଲେ ପ୍ରଦୀପ ମାଝୀ । ଏହି ଘଟଣାର ୩ ଦିନ ପରେ ନବରଙ୍ଗପୁର ଥାନାରେ ପ୍ରଦୀପ ମାଝୀଙ୍କ ବିରୋଧରେ ମାମଲା ଦାୟର କରିଛନ୍ତି ଜିଲ୍ଲା ମଙ୍ଗଳ ଅଧିକାରୀ । ନିଜ ଜୀବନ ପ୍ରତି ବିପଦ ଥିବା ସେ ଏତଲାରେ ଦର୍ଶାଇଛନ୍ତି ।

Leave a Reply

Your email address will not be published. Required fields are marked *