ରଥଯାତ୍ରା ପାଇଁ ପ୍ରସ୍ତୁତି,ପୁରୀରେ ବଢିଲା ସୁରକ୍ଷା ବ୍ୟବସ୍ଥା

ଶ୍ରୀମନ୍ଦିର ସୁରକ୍ଷାରେ ଯୋଡି ହେଲା କେନ୍ଦ୍ର ସୁରକ୍ଷା ବଳର ବଜ୍ର ଯାନ

ରଥଯାତ୍ରା ପାଇଁ ପ୍ରସ୍ତୁତି,ପୁରୀରେ ବଢିଲା ସୁରକ୍ଷା ବ୍ୟବସ୍ଥା। ପୁଲିସ ଡିଜି ଯୋଗେଶ ବାହାଦୁର ଖୁରାନିଆ ପୁରୀରେ ପହଞ୍ଚି ଶ୍ରୀମନ୍ଦିର ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା କରିଛନ୍ତି ।ଶ୍ରୀମନ୍ଦିର ସୁରକ୍ଷାରେ ଯୋଡି ହେଲା କେନ୍ଦ୍ର ସୁରକ୍ଷା ବଳର ବଜ୍ର ଯାନ । ଏଥିରେ ବିଭିନ୍ନ ଅତ୍ୟାଧୁନିକ ଯୁଦ୍ଧାସ୍ତ୍ର ରହିଛି । ବଜ୍ର ଯାନ ଦ୍ବାରା ଶ୍ରୀମନ୍ଦିରକୁ ୨୪ ଘଣ୍ଟିଆ ସୁରକ୍ଷା ଦେବେ ସ୍ୱତନ୍ତ୍ର କାମାଣ୍ଡୋ । ରଥଯାତ୍ରା ପୂର୍ବରୁ ଆଜି ଶ୍ରୀମନ୍ଦିର ସୁରକ୍ଷା ଓ ପ୍ରସ୍ତୁତିର ସମୀକ୍ଷା କରିଛନ୍ତି ଡିଜିପି । ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ କରିବା ସହ ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା କରିଛନ୍ତି । 

ଏହାସହ ସୁରକ୍ଷା ଦାୟିତ୍ବରେ ଥିବା ପୋଲିସ ଅଧିକାରୀଙ୍କ ସହ ଆଲୋଚନା କରିଛନ୍ତି ଡିଜିପି । ଶ୍ରୀମନ୍ଦିରର ଉଭୟ ଭିତର ଏବଂ ବାହାର ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା କରିଛନ୍ତି ଡିଜିପି । ତାଙ୍କ ସହିତ ଏଡିଜି ଅମିତାଭ ଠାକୁର, ଏଡିଜି ଦୟାଲ ଗଙ୍ଗୱାର, ଆଇଜି ସିଆର୍ ପ୍ରବିଣ କୁମାର, ଆଇଜି ଅନୁପ ସାହୁ, ଡିଆଇଜି ପିନାକ ମିଶ୍ର , ଡିଆଇଜି ବି ଗଙ୍ଗାଧର ଓ ଏସପି ବିନତ ଅଗ୍ରୱାଲ ପ୍ରମୁଖ ଶ୍ରୀମନ୍ଦିର ଭିତର ଓ ବାହାର ସୁରକ୍ଷା ବ୍ୟବସ୍ଥା ସମୀକ୍ଷା କରିଛନ୍ତି । ରଥଯାତ୍ରା ପୂର୍ବରୁ ଶ୍ରୀମନ୍ଦିର ତଥା ଶ୍ରୀକ୍ଷେତ୍ରର ସୁରକ୍ଷା ଏବଂ ବିଭିନ୍ନ ବ୍ୟବସ୍ଥାର ଯାଞ୍ଚ କରିଛନ୍ତି । ଏହାସହିତ ରଥଯାତ୍ରା ପାଇଁ ପୋଲିସ ରୁଟ ପ୍ଲାନ୍, ସ୍ବତନ୍ତ୍ର ଟ୍ରାଫିକ୍‌ ବ୍ୟବସ୍ଥାର ହେବ ପ୍ଲାନ୍ ହୋଇଛି ।