ଚନ୍ଦ୍ରଶେଖରପୁର ଥାନା ହୋମଗାର୍ଡଙ୍କ ସନ୍ଦେହଜନକ ମୃତ୍ୟୁ

ହୋମଗାର୍ଡଙ୍କ ସନ୍ଦେହଜନକ ମୃତ୍ୟୁ

ହୋମଗାର୍ଡଙ୍କ ସନ୍ଦେହଜନକ ମୃତ୍ୟୁ । ଚନ୍ଦ୍ରଶେଖରପୁର ଥାନା ହୋମଗାର୍ଡଙ୍କ ସନ୍ଦେହଜନକ ମୃତ୍ୟୁ ହୋଇଛି । ହାଉସିଂବୋର୍ଡ କଲୋନୀ ସରକାରୀ କ୍ବାଟରରୁ ତାଙ୍କର ମୃତଦେହ ଉଦ୍ଧାର କରାଯାଇଛି । ମୃତକ ହେଲେ ସୁଜାତା ରାଣି କର । ଦୁଇ ମାସ ହେବ ସେ ଚନ୍ଦ୍ରଶେଖରପୁର ଥାନାରେ ନିଯୁକ୍ତ ହୋଇଥିଲେ ।ଗତକାଲି ବାନ୍ତି ହେବାରୁ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ପରେ ବିଷ କ୍ରିୟା ଯୋଗୁଁ ତାଙ୍କର ମୃତ୍ୟୁ ହୋଇଥିବା ଜଣାପଡିଛି। ଚନ୍ଦ୍ରଶେଖରପୁର ଥାନା ପୋଲିସ ଏନେଇ ତଦନ୍ତ କରିଛି । ମୃତ ହୋମଗାର୍ଡଙ୍କ ଗୋଟିଏ ପୁଅ ଓ ଝିଅ ରହିଛନ୍ତି। ୬ ମାସ ପୁର୍ବେ ତାଙ୍କ ସ୍ବାମୀଙ୍କ ଦେହାନ୍ତ ହୋଇଥିଲା । 

Leave a Reply

Your email address will not be published. Required fields are marked *