ବଳଙ୍ଗା ପୀଡ଼ିତାଙ୍କ ମୃତ୍ୟୁରେ ମୁଖ୍ୟମନ୍ତ୍ରୀ, ଉପମୁଖ୍ୟମନ୍ତ୍ରୀଙ୍କ ଶୋକ

ବଳଙ୍ଗା ପୀଡ଼ିତାଙ୍କ ମୃତ୍ୟୁରେ ମୁଖ୍ୟମନ୍ତ୍ରୀ, ଉପମୁଖ୍ୟମନ୍ତ୍ରୀଙ୍କ ଶୋକ

ବଳଙ୍ଗା ପୀଡ଼ିତାଙ୍କ ମୃତ୍ୟୁରେ ମୁଖ୍ୟମନ୍ତ୍ରୀ, ଉପମୁଖ୍ୟମନ୍ତ୍ରୀଙ୍କ ଶୋକ। ମୁଖ୍ୟମନ୍ତ୍ରୀ ଟ୍ବିଟ୍ କରି ଶୋକ ବ୍ୟକ୍ତ କରିଛନ୍ତି। ଝିଅଟିର ମୃତ୍ୟ ଖବର ଶୁଣି ଗଭୀର ମର୍ମାହତ । ଡାକ୍ତରୀ ଦଳଙ୍କ ପ୍ରୟାସ ପରେ ବି ଜୀବନ ରକ୍ଷା କରାଯାଇପାରିଲାନି । ସୋସିଆଲ ମିଡିଆ ଏକ୍ସରେ ଲେଖିଛନ୍ତି ସରକାରଙ୍କ ସମସ୍ତ ପ୍ରୟାସ ସତ୍ତ୍ବେ ମୃତ୍ୟୁ ନେଇ ଗଭୀର ଦୁଃଖିତ। ବିଶେଷଜ୍ଞ ଡାକ୍ତରଙ୍କ ଅହୋରାତ୍ର ଚେଷ୍ଟା ସତ୍ତ୍ୱେ ଜୀବନ ରକ୍ଷା କରାଯାଇ ପାରିଲାନି । ମୁଁ ଝିଅଟିର ଅମର ଆତ୍ମାର ସଦଗତି କାମନା କରୁଛି। ଅପୂରଣୀୟ କ୍ଷତିକୁ ସହିବା ପାଇଁ ତାଙ୍କ ପରିବାରକୁ ଶକ୍ତି ମିଳୁ ।

ସେହିପରି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡାଙ୍କ ଶୋକ ପ୍ରକାଶ କରିଛନ୍ତି । ଅମର ଆତ୍ମାର ସଦ୍ ଗତି ସହ ପୀଡ଼ିତାଙ୍କ ପରିବାରବର୍ଗଙ୍କୁ ସମବେଦନା ଜଣାଇଛନ୍ତି । ସରକାରଙ୍କ ସମସ୍ତ ଚେଷ୍ଟା ସତ୍ତ୍ଵେ ଜୀବନ ବଞ୍ଚାଇ ପାରିନଥିବାରୁ ଦୁଃଖିତ ବୋଲି ପ୍ରଭାତୀ ପରିଡା କହିଛନ୍ତି ।