ସହିଦ୍ ରେଣ୍ଡୋ ମାଝୀ ମେଡିକାଲ କଲେଜ ଉଦଘାଟିତ

କଳାହାଣ୍ଡି ପ୍ରତିଷ୍ଠା ଦିବସରେ ମୁଖ୍ୟମନ୍ତ୍ରୀଙ୍କ ଗିଫ୍ଟ

ପ୍ରତିଷ୍ଠା ଦିବସରେ କଳାହାଣ୍ଡି ଜିଲ୍ଲାବାସୀଙ୍କ ପାଇଁ ଦୁଇଟି ବଡ଼ ଘୋଷଣା । କଳାହାଣ୍ଡି ଯାଇ ରୂପାନ୍ତରଣ ପ୍ରକ୍ରିୟାକୁ ଆଗେଇ ନେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଜିଲ୍ଲାବାସୀଙ୍କୁ ୧୨୦୦ କୋଟି ଟଙ୍କାର ପ୍ରକଳ୍ପ ଭେଟି ଦେଇଛନ୍ତି ନବୀନ । କଳାହାଣ୍ଡିରେ ନବନିର୍ମିତ ସହିଦ ରେଣ୍ଡୋ ମାଝୀ ମେଡିକାଲ କଲେଜର ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ । ଏହି ଅବସରରେ ଛାତ୍ରଛାତ୍ରୀଙ୍କ ସହିତ ଆଲୋଚନା କରିଛନ୍ତି ମୁଖ୍ୟମନ୍ତ୍ରୀ । ପାଠପଢ଼ା ସହିତ ସୁବିଧା ସୁଯୋଗ ସମ୍ପର୍କରେ ପଚାରି ବୁଝିଛନ୍ତି ମୁଖ୍ୟମନ୍ତ୍ରୀ । ଦୀର୍ଘ ଦୁଇ ଦଶନ୍ଧି ଧରି ଜିଲ୍ଲାବାସୀଙ୍କ ମେଡିକାଲ କଲେଜ ଆଶା ପୂରଣ ହୋଇଛି । ୪୮୧ କୋଟି ଟଙ୍କା ଖର୍ଚ୍ଚରେ ନିର୍ମାଣ ହୋଇଛି ଭବାନୀପାଟଣା ମେଡିକାଲ କଲେଜ ଓ ହସ୍ପିଟାଲ । ୧୦୦ ସିଟରେ ନାମଲେଖା ପାଇଁ NMC ଠାରୁ ଅନୁମତି ଦେଇଛି । ଏହି ମେଡିକାଲ କଲେଜ ଓ ହସ୍ପିଟାଲଟିର ନାମ କଳାହାଣ୍ଡି ଜିଲ୍ଲାର ମହାନ ସ୍ଵାଧୀନତା ସଂଗ୍ରାମୀ ସହିଦ ରେଣ୍ଡୋ ମାଝୀ ମେଡିକାଲ କଲେଜ ଓ ହସ୍ପିଟାଲ ରଖାଯାଇଛି । ଏଥିସହ କଳାହାଣ୍ଡି ଜିଲ୍ଲାର ବିକାଶର ଗତିକୁ ଅଧିକ ଜୋରଦାର କରିବ ଲକ୍ଷ୍ମୀ । ଘର ପାଖକୁ ଆସିବ ଲକ୍ଷ୍ମୀ ବସ । ପିଲାଙ୍କୁ ସ୍କୁଲ, ଚାଷୀଙ୍କୁ ମାର୍କେଟ ସହିତ ଯୋଡିବ ବସ୍ । କଳାହାଣ୍ଡିରେ ଲକ୍ଷ୍ମୀ ବସ୍ ଯୋଜନାର ଶୁଭାରମ୍ଭ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି- ଲକ୍ଷ୍ମୀ ବସ୍ ଯୋଜନା ଜିଲ୍ଲାର ବିକାଶକୁ ଅଧିକ ତ୍ବରାନ୍ବିତ କରିବ । ଜିଲ୍ଲାର ୬୩ଟି ପଞ୍ଚାୟତକୁ ବସ୍ ସୁବିଧା ମିଳିବ ।