୧୨୮ ଜଣ ଡାକ୍ତରଙ୍କ ଉପରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ପାଇଁ ନିର୍ଦ୍ଦେଶ

ଦୀର୍ଘଦିନ ଧରି ଅନୁପସ୍ଥିତ ଡାକ୍ତର ଙ୍କ ଉପରେ କାର୍ଯ୍ୟାନୁଷ୍ଠାନ

ଦୀର୍ଘଦିନ ଧରି ଡାକ୍ତରଖାନା ନଆସି, ରୋଗୀ ସେବାରୁ ବିରତ ରହୁଥିବା ଡାକ୍ତର ମାନଙ୍କ ଉପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି । ଓଡିଶାର ବିଭିନ୍ନ ଡାକ୍ତରଖାନାରେ ୧୨୮ ଜଣ ମେଡିକାଲ ଅଫିସର ଓ ଡେଣ୍ଟାଲ ସର୍ଜନ ଦୀର୍ଘ ୫ ବର୍ଷରୁ ଅଧିକ ସମୟ ଧରି କାର୍ଯ୍ୟରେ ଅନୁପସ୍ଥିତ ରହିଛନ୍ତି । ସେମାନଙ୍କ ସ୍ଥିତି ବିଷୟରେ ଜଣାଇବା ପାଇଁ ଖବରକାଗଜରେ ଇସ୍ତାହାର ମଧ୍ୟ ଦିଆଯାଇଥିଲା । ସେମାନଙ୍କର ଏହି ଅନଧିକୃତ ଉପସ୍ଥିତି ପାଇଁ ମୁଖ୍ୟମନ୍ତ୍ରୀ ସେମାନଙ୍କ ବିରୋଧରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ନେବା ପାଇଁ ସ୍ବାସ୍ଥ୍ୟ ବିଭାଗକୁ ନିର୍ଦ୍ଦେଶ ଦେଇଛନ୍ତି ।ସେହିପରି କନ୍ଧମାଳ ପୋଲିସ ହସ୍ପିଟାଲର ପୂର୍ବତନ ମେଡିକାଲ ଅଫିସର ଡାକ୍ତର ବିଚକ୍ଷଣା ପାଣିଗ୍ରାହୀଙ୍କୁ ମୁଖ୍ୟମନ୍ତ୍ରୀ ସରକାରୀ ସେବାରୁ ବହିଷ୍କୃତ କରିଛନ୍ତି । ଡାକ୍ତର ପାଣିଗ୍ରାହୀ ୨୦୧୨ ପରଠାରୁ ଅନଧିକୃତ ଭାବେ ଅନୁପସ୍ଥିତ ରହିଛନ୍ତି । ବିଭାଗ ପକ୍ଷରୁ ତାଙ୍କୁ ବିଭିନ୍ନ ସମୟରେ ଅନୁପସ୍ଥିତିର କାରଣ ଦର୍ଶାଇବା ଏବଂ କାର୍ଯ୍ୟରେ ଯୋଗଦେବା ପାଇଁ ନିର୍ଦ୍ଦେଶ ଦିଆଯାଇଥିଲେ ମଧ୍ୟ, ସେ ତାହାର ଅନୁପାଳନ କରିନଥିଲେ । ରୋଗୀ ସେବାରେ ତାଙ୍କର ଏହି ଅନାଗ୍ରହ ଯୋଗୁ ତାଙ୍କୁ କାର୍ଯ୍ୟରୁ ବହିଷ୍କାର କରାଯାଇଛି ।

Leave a Reply

Your email address will not be published. Required fields are marked *