କ୍ଷମା ମାଗିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
ପୁରୀ ଶରଧାବାଲିରେ ଠେଲାପେଲା ଘଟଣାରେ କ୍ଷମା ମାଗିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ସୋସିଆଲ ମିଡିଆ ଏକ୍ସରେ ପୋଷ୍ଟ କରି କ୍ଷମା ମାଗିଛନ୍ତି ମୁଖ୍ୟମନ୍ତ୍ରୀ । ଏ ଘଟଣାରେ ମୁଁ ଓ ମୋ ସରକାର କ୍ଷମା ମାଗୁଛୁ ବୋଲି କହିଛନ୍ତି ମୋହନ ମାଝୀ । ଅବହେଳା ଅକ୍ଷମଣୀୟ । ସୁରକ୍ଷା ଅବହେଳାର ତୁରନ୍ତ ତଦନ୍ତ କରାଯିବ ନେଇ କହିଲେ ମୁଖ୍ୟମନ୍ତ୍ରୀ । ସମ୍ପୃକ୍ତ ବ୍ୟକ୍ତିମାନଙ୍କ ବିରୁଦ୍ଧରେ ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନ ପାଇଁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ଯେଉଁ ଭକ୍ତମାନଙ୍କର ଜୀବନଦୀପ ଶରଧାବାଲିରେ ଲିଭିଯାଇଛି ସେମାନଙ୍କ ପରିବାରବର୍ଗଙ୍କୁ ସମବେଦନା ଜଣାଇବା ସହ ଏହି ଭଳି ଏକ ଦାରୁଣ ଦୁଃଖକୁ ସହିବା ନିମନ୍ତେ ଶକ୍ତି ଦେବାପାଇଁ ମହାପ୍ରଭୁ ଜଗନ୍ନାଥଙ୍କ ନିକଟରେ ପ୍ରାର୍ଥନା କରିଛନ୍ତି ମୁଖ୍ୟମନ୍ତ୍ରୀ ।
