ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
ଦିଲ୍ଲୀରେ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ମୋଦିଙ୍କୁ ଭେଟିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଏହି ସମୟରେ ଉଭୟଙ୍କ ମଧ୍ୟରେ ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ବିଷୟରେ ଆଲୋଚନା ହୋଇଥିବା ନେଇ ସୂଚନା ରହିଛି । ମୁଖ୍ୟମନ୍ତ୍ରୀ ପ୍ରଧାନମନ୍ତ୍ରୀଙ୍କୁ ଭେଟିବା ସମୟର ଫଟୋ ପିଏମଓ ପକ୍ଷରୁ ସୋସିଆଲ ମିଡିଆରେ ସେୟାର କରାଯାଇଛି । ଆପଣଙ୍କୁ ଜଣାଇବା ପାଇଁ ଚାହିଁବୁ ଯେ, ଜାନୁଆରୀ ମାସରେ ପ୍ରଧାନମନ୍ତ୍ରୀ ଦୁଇ ଥର ଓଡ଼ିଶା ଗସ୍ତରେ ଆସିବେ । ତେବେ ଏହା ପୂର୍ବରୁ ମୁଖ୍ୟମନ୍ତ୍ରୀ ପ୍ରଧାନମନ୍ତ୍ରୀଙ୍କ ଏହି ସାକ୍ଷାତକାରକୁ ଗୁରୁତ୍ୱପୂର୍ଣ୍ଣ ବୋଲି ବିବେଚନା କରାଯାଉଛି ।