ଆଜି ବନ୍ୟାଞ୍ଚଳ ପରିଦର୍ଶନ କରିବେ ମୁଖ୍ୟମନ୍ତ୍ରୀ

ବନ୍ୟାଞ୍ଚଳ ପରିଦର୍ଶନ କରିବେ ମୁଖ୍ୟମନ୍ତ୍ରୀ

ଆଜି ବନ୍ୟାଞ୍ଚଳ ପରିଦର୍ଶନ କରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଭଦ୍ରକ ଓ ଯାଜପୁର ଜିଲ୍ଲା ଗସ୍ତ କରି ବନ୍ୟା ସ୍ଥିତିର ସରଜମିନ ଅନୁଧ୍ୟାନ କରିବେ ସେ। ବନ୍ୟା ଯୋଗୁଁ ଉଭୟ ଜିଲ୍ଲାରେ ବ୍ୟାପକ କ୍ଷୟକ୍ଷତି ହୋଇଥିବାରୁ ମୁଖ୍ୟମନ୍ତ୍ରୀଙ୍କ ଏହି ଗସ୍ତକୁ ଗୁରୁତ୍ୱ ଦିଆଯାଉଛି।ପରିଦର୍ଶନ ସମୟରେ ମୁଖ୍ୟମନ୍ତ୍ରୀ ବନ୍ୟା ପ୍ରଭାବିତ ଅଞ୍ଚଳର ସ୍ଥିତି, ରିଲିଫ୍ ଓ ଉଦ୍ଧାର କାର୍ଯ୍ୟ ଏବଂ ପ୍ରଭାବିତ ଲୋକଙ୍କ ସମସ୍ୟା ସମ୍ପର୍କରେ ଅନୁଧ୍ୟାନ କରିବେ। ଏହାସହ ବନ୍ୟାରେ ହୋଇଥିବା କ୍ଷୟକ୍ଷତି ନେଇ ଅଧିକାରୀଙ୍କ ସହ ଆଲୋଚନା କରି ସ୍ଥିତି ସମୀକ୍ଷା କରିବେ।

Leave a Reply

Your email address will not be published. Required fields are marked *