ଚାରି ଦିନ ପରେ ବିଶ୍ବପ୍ରସିଦ୍ଧ ରଥଯାତ୍ରା

ଆଜି ରଥଯାତ୍ରା ପ୍ରସ୍ତୁତି ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ

ଚାରି ଦିନ ପରେ ବିଶ୍ବପ୍ରସିଦ୍ଧ ରଥଯାତ୍ରା । ଶୃଙ୍ଖଳିତ ରଥଯାତ୍ରା ନେଇ ଆଜି ବସିବ ତୃତୀୟ ବା ଶେଷ ରଥ ସମନ୍ବୟ ବୈଠକ ।  ଦିନ ୧୧ଟାରେ ପୁରୀ ପୌରସଦନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କ ଅଧ୍ଯକ୍ଷତାରେ ଅନୁଷ୍ଠିତ ହେବ ବୈଠକ ।  ରଥନିର୍ମାଣ ଠାରୁ ଆରମ୍ଭ କରି ରଥଯାତ୍ରା କିଭଳି ଶୃଙ୍ଖଳିତ ହୋଇପାରିବ, ନୀତିକାନ୍ତି କିଭଳି ଶୃଙ୍ଖଳିତ ହୋଇପାରିବ ସେନେଇ ଆଲୋଚନା କରାଯିବ ।  ଏହାସହ ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନ, ପରିମଳ ବ୍ୟବସ୍ଥା, ଟ୍ରାଫିକ ସୁପରିଚାଳନା ନେଇ ବୈଠକରେ ସମୀକ୍ଷା କରାଯିବ ।  ବୈଠକରେ ମୁଖ୍ୟ ଶାସନ ସଚିବ, ବିଭିନ୍ନ ବିଭାଗର ମନ୍ତ୍ରୀ, ଜିଲ୍ଲାର ସମସ୍ତ ବିଧାୟକ, ଉପମୁଖ୍ୟମନ୍ତ୍ରୀ, ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ, ଜିଲ୍ଲାପାଳ, ଏସପି ଓ ଶ୍ରୀମନ୍ଦିର ପ୍ରଶାସନିକ ଅଧିକାରୀ ଉପସ୍ଥିତ ରହିବେ ।