ଆବଶ୍ୟକ ପଡିଲେ ଦିଲ୍ଲୀ ଏୟାରଲିଫ୍ଟ କରାଯିବ
ଆତ୍ମହତ୍ୟା ଉଦ୍ୟମ କରିଥିବା ବାଲେଶ୍ବର ଫକୀର ମୋହନ ମହାବିଦ୍ୟାଳୟ ଛାତ୍ରୀଙ୍କୁ ଭେଟିଛନ୍ତି ମୁଖ୍ୟମନ୍ତ୍ରୀ । ଭୁବନେଶ୍ବର ଏମ୍ସ ଯାଇ ପୀଡ଼ିତାଙ୍କୁ ଭେଟିଛନ୍ତି । ତାଙ୍କ ସ୍ବାସ୍ଥ୍ୟାବସ୍ଥା ନେଇ ଚିକିତ୍ସା କରୁଥିବା ଡାକ୍ତରୀ ଟିମ୍ ସହ ଆଲୋଚନା କରିଛନ୍ତି ।ଚିକିତ୍ସା ବ୍ୟବସ୍ଥାର ମନିଟରିଂ ପାଇଁ ଗଠନ ହୋଇଥିବା ୮ ଜଣିଆ ବିଶେଷଜ୍ଞ ଟିମ୍ ସହ ବି କଥାବାର୍ତ୍ତା ହୋଇଛନ୍ତି । ମୋହନ ମାଝୀଙ୍କ ସହ ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ ମଧ୍ୟ ଏମ୍ସ ଯାଇଛନ୍ତି । ଏହାପୂର୍ବରୁ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ଓ ଉଚ୍ଚଶିକ୍ଷା ମନ୍ତ୍ରୀ ଏମ୍ସ ଯାଇ ପୀଡ଼ିତାଙ୍କ ବାପାଙ୍କ ସହ ଆଲୋଚନା କରିଥିଲେ ।

ଏମ୍ସ ଯାଇ ପୀଡ଼ିତାଙ୍କୁ ଭେଟିବା ପରେ ମୁଖ୍ୟମନ୍ତ୍ରୀ ପ୍ରତିକ୍ରିୟା ଦେଇ କହିଛନ୍ତି, ଏଫଏମ୍ କଲେଜ ଛାତ୍ରୀଙ୍କ ପରିସ୍ଥିତି ଜଟିଳ । ତାଙ୍କ ଚିକିତ୍ସା ଚାଲିଛି । ଦିଲ୍ଲୀ ଏମ୍ସ ଭଳି ଚିକିତ୍ସା କରାଯାଉଛି । ଆଗାମୀ ୨୪ ଘଣ୍ଟା ଗୁରୁତ୍ୱପୂର୍ଣ୍ଣ । ଆବଶ୍ୟକ ପଡ଼ିଲେ ଦିଲ୍ଲୀ ଏମ୍ସକୁ ଏୟାର ଲିଫ୍ଟ କରାଯାଇପାରେ ।
