ହିତାଧିକାରୀଙ୍କ ପାଇଁ ଅତିରିକ୍ତ ୫ କିଲୋ ଚାଉଳ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନାର ଶୁଭାରମ୍ଭ

ଓଡ଼ିଶାର କୌଣସି ପରିବାର ଭୋକରେ ରହିବେ ନାହିଁ । କୌଣସି ଶିଶୁ ଅପପୁଷ୍ଟିର ଶିକାର ହେବେ ନାହିଁ । କୌଣସି ବୟୋଜ୍ୟଷ୍ଠ ଅନ୍ନ ଅଭାବରୁ କଷ୍ଟ ପାଇବେ ନାହିଁ । ଏହି ମହାନ୍ ଉଦ୍ଦେଶ୍ୟ ରଖି ମୁଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନା ଆରମ୍ଭ କରାଯାଇଛି ବୋଲି ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ସମାରୋହ ଅବସରରେ ଜନକଲ୍ୟାଣକାରୀ ଯୋଜନା ମୁଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନାର ଶୁଭାରମ୍ଭ ଅବସରରେ କହିଛନ୍ତି ।ଭୁବନେଶ୍ୱର ୟୁନିଟ୍-୩, ଇଡ୍‌କୋ ପ୍ରଦର୍ଶନୀ ପଡ଼ିଆରେ ଆୟୋଜିତ ଏହି ସମାରୋହ ଉତ୍ସବରେ ମୁଖ୍ୟମନ୍ତ୍ରୀ ରାଜ୍ୟ ସରକାରଙ୍କ ପକ୍ଷରୁ ୨ ବର୍ଷ ମଧ୍ୟରେ ନିଆଯାଇଥିବା ବିଭିନ୍ନ ଜନକଲ୍ୟାଣକାରୀ ପଦକ୍ଷେପ ଓ ଯୋଜନା ସମ୍ପର୍କରେ ଆଲୋକପାତ କରି କହିଥିଲେ ଯେ, ଆମ ସରକାର ଯଶସ୍ୱୀ ପ୍ରଧାନମନ୍ତ୍ରୀଙ୍କ ‘ସବ୍‌କା ସାଥ୍, ସବ୍‌କା ବିକାଶ୍, ସବ୍‌କା ବିଶ୍ୱାସ୍ ଓ ସବ୍‌କା ପ୍ରୟାସ୍’ର ମନ୍ତ୍ରକୁ ନେଇ ଆଗକୁ ବଢ଼ୁଛନ୍ତି । ମୋଦୀଜୀଙ୍କ ବିକଶିତ ଭାରତର ସ୍ୱପ୍ନ ଏବଂ ଓଡ଼ିଶାବାସୀଙ୍କ ଆଶୀର୍ବାଦକୁ ପାଥେୟ କରି ଆମେ ଏକ ସମୃଦ୍ଧ, ସଶକ୍ତ ଏବଂ ସ୍ୱାଭିମାନୀ ଓଡ଼ିଶା ଗଢ଼ିବାକୁ ପ୍ରତିବଦ୍ଧତାର ସହ ଉଦ୍ୟମ ଜାରି ରଖିଛୁ ।

Leave a Reply

Your email address will not be published. Required fields are marked *