ବିଶୃଙ୍ଖଳାକାରୀଙ୍କ ଯୋଗୁଁ ସହରରେ ଶାନ୍ତି ଭଙ୍ଗ ହୋଇଛି: ମୁଖ୍ୟମନ୍ତ୍ରୀ

କଟକରେ ଶାନ୍ତିଶୃଙ୍ଖଳା ପାଇଁ ମୁଖ୍ୟମନ୍ତ୍ରୀଙ୍କ ଅପିଲ୍

କଟକ ଘଟଣାରେ ଶାନ୍ତିଶୃଙ୍ଖଳା ରକ୍ଷା ପାଇଁ ଅପିଲ କରିଛନ୍ତି ମୁଖ୍ୟମନ୍ତ୍ରୀ । ସମସ୍ତଙ୍କୁ ଶାନ୍ତି ଶୃଙ୍ଖଳା ବଜାୟ ରଖିବା ପାଇଁ ସେ ନିବେଦନ କରିଛନ୍ତି । ମୁଖ୍ୟମନ୍ତ୍ରୀ କହିଛନ୍ତି, ଭାଇଚାରାର ଅନନ୍ୟ ନିଦର୍ଶନ ହେଉଛି କଟକ ସହର। ମାତ୍ର କେତେକ ବିଶୃଙ୍ଖଳାକାରୀଙ୍କ ଯୋଗୁଁ ସହରରେ ଶାନ୍ତି ଭଙ୍ଗ ହୋଇଛି ।ସାଧାରଣ ଲୋକଙ୍କ ଜୀବନ ଯାତ୍ରାରେ ବ୍ୟାଘାତ ସୃଷ୍ଟି ହେଉଛି । ଏହିଭଳି ବିଶୃଙ୍ଖଳାକାରୀଙ୍କ ଉପରେ ସରକାରଙ୍କ ନଜର ରହିଛି । ସେମାନଙ୍କ ଉପରେ ଆଇନ୍ ଅନୁଯାୟୀ ଦୃଢ କାର୍ଯ୍ୟାନୁଷ୍ଠାନ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। କଟକ ସହରର ଗୌରବକୁ ଅକ୍ଷୁଣ୍ଣ ରଖିବା ପାଇଁ ଆଗେଇ ଆସିବାକୁ ସେ ଅପିଲ୍ କରିଛନ୍ତି ।ଏଥିସହ କଟକରେ ଶାନ୍ତି ବଜାୟ ରଖିବାକୁ ନିବେଦନ କରିଛି ଓଡ଼ିଶା ପୋଲିସ । କୌଣସି ଗୁଜବକୁ ବିଶ୍ବାସ ନକରିବାକୁ ପୋଲିସ ପରାମର୍ଶ ଦେଇଛି । ଶାନ୍ତି ବଜାୟ ରଖିବା ସହ ପୋଲିସକୁ ସହଯୋଗ କରିବାକୁ ସୋସିଆଲ ମିଡିଆରେ ଅପିଲ କରିଛି ପୋଲିସ । ନାଗରିକଙ୍କ ସୁରକ୍ଷା ପାଇଁ ସମସ୍ତ ପଦକ୍ଷେପ ନିଆଯାଉଥିବା ପୋଲିସ ପକ୍ଷରୁ କୁହାଯାଇଛି ।.