ହିତାଧିକାରୀଙ୍କୁ ମିଳିବ ଆଗୁଆ ୩ମାସର ଚାଉଳ
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ଲୋକସେବା ଭବନରେ ସାଧାରଣ ବଣ୍ଟନ ବ୍ୟବସ୍ଥା ସମ୍ପର୍କରେ ସମୀକ୍ଷାକରି ହିତାଧିକାରୀମାନଙ୍କୁ ୩ ମାସର ଚାଉଳ ଆଗୁଆ ପ୍ରଦାନ କରିବା ପାଇଁ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗକୁ ନିର୍ଦ୍ଦେଶ ଦେଇଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ଅନୁଯାୟୀ ପ୍ରତ୍ୟେକ ହିତାଧିକାରୀ ୩ ମାସ (ଅକ୍ଟୋବରରୁ ଡିସେମ୍ବର) ପାଇଁ ୧୫ କିଲୋ ଲେଖାଏ ଚାଉଳ ପାଇବେ । ସୂଚନାଯୋଗ୍ୟ, ଏହି ପ୍ରକ୍ରିୟା ଅକ୍ଟୋବର ପହିଲାଠାରୁ ଆରମ୍ଭ ହୋଇଥିଲେ ମଧ୍ୟ ୪୦ ଲକ୍ଷ ପରିବାର ଏ ପର୍ଯ୍ୟନ୍ତ ଚାଉଳ ପାଇନାହାନ୍ତି। ତେଣୁ ଏହି ପରିବାରଗୁଡ଼ିକୁ ତୁରନ୍ତ ଚାଉଳ ବଣ୍ଟନ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।